‘ଆପ୍‌ ଫ୍ରଡ୍‌ କରିଥିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ,୨୫।୬(ଅଜିତ୍‌ ମହାନ୍ତି)ଅନଲାଇନ୍‌ ଆପ୍‌ ‘ଉତ୍ସବ’ରେ ଶ୍ରୀମନ୍ଦିର ନଁାରେ ଠକେଇ ହେଉଥିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ମହାପ୍ରଭୁଙ୍କ ନଁାରେ ବିଭିନ୍ନ ପ୍ରକାର ପୂଜା ଏବଂ ଭୋଗ ପ୍ରଦାନ କରିବା ନଁାରେ ସମ୍ପୃକ୍ତ ସଂସ୍ଥା ଭକ୍ତଙ୍କୁ ଭୂଆଁ ବୁଲାଇ ବିଭିନ୍ନ ଉପାୟରେ ଟଙ୍କା ଆଦାୟ କରୁଥିବା ନେଇ ସିଂହଦ୍ୱାର ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଅନୁଯାୟୀ ପୋଲିସ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଏ ସଂକ୍ରାନ୍ତରେ ଚିଠି କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନକୁ ଉକ୍ତ ଫ୍ରଡ୍‌ ଆପ୍‌ ବିଷୟରେ ସୂଚନା ନେବାକୁ ଚିଠି କରିଥିଲା ପୋଲିସ। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି, ଏ ନେଇ ଅଭିଯୋଗ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି ଆପ୍‌ ନେଇ ଏକ ରିପୋର୍ଟ ପ୍ରସ୍ତୁତ କରାଯିବ। ଯଦି ଏହି ଆପ୍‌ ଫ୍ରଡ୍‌ ହୋଇଥାଏ, ତାହା ହେଲେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାକୁ କାର୍ଯ୍ୟାନୁଷ୍ଠାନ ପାଇଁ ସୂଚନା ଦିଆଯିବା ସହ ଉକ୍ତ ଆପର ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯିବ। ଯେତେବେଳେ ବି ଏପରି ଘଟଣା ଦୃଷ୍ଟିକୁ ଆସିବ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସନ ଦାସ କହିଛନ୍ତି। ଅନ୍ୟପଟେ ଶନିବାର ରାତିରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଘଟଣାକୁ ନେଇ ସିଂହଦ୍ୱାର ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି। ସୂଚନାଯୋଗ୍ୟ, ଶ୍ରୀମନ୍ଦିରରେ ଭୋଗ ଲଗାଇବା ଏବଂ ପୂଜା କରିବା ପାଇଁ ଭକ୍ତଙ୍କଠାରୁ ଟଙ୍କା ନିଆଯାଇଥିବା ନେଇ ଅନଲାଇନର ଉତ୍ସବ ଆପ୍‌ରେ ଦେଖିବାକୁ ମିଳିଥିଲା। ଆପ୍‌ରେ ଦର୍ଶାଯାଇଛି କି ଘରେ ବସି ମହାପ୍ରଭୁଙ୍କ ଭୋଗ ପାଇବା ସହ ପୂଜା କରିପାରିବ। ଦେଶରେ ଯେକୌଣସି ସ୍ଥାନରୁ ଭକ୍ତ ଏହି ଆପ ସାହାଯ୍ୟରେ ଟଙ୍କା ପଇଠ କରି ମହାପ୍ରଭୁଙ୍କ ଭୋଗ ପାଇବା ସହ ପୂଜା କରିପାରିବ। ବୁକିଂ ପରେ ଭକ୍ତଙ୍କ ଘର ଠିକଣାରେ ଶ୍ରୀମନ୍ଦିରର ଶୁଖିଲା ଭୋଗ ଓ ନିର୍ମାଲ୍ୟ ପଠାଯିବ ବୋଲି ମଧ୍ୟ ଅଫର ଦିଆଯାଇଥିଲା। ଅପରପକ୍ଷେ ଦର୍ଶାଯାଇଛି ବିଭିନ୍ନ ପୂଜା ପାଇଁ ଭିନ୍ନ ଭିନ୍ନ ମୂଲ୍ୟ ରହିଛି। ତେବେ ଏହି ଅନ୍‌ଲାଇନରେ ବିଜ୍ଞାପନ ଦିଆଯାଇ ଭକ୍ତଙ୍କ ଭାବନା ସହ ଖେଳ ଖେଲାଯାଉଛି, ଯାହାକୁ ଜଗନ୍ନାଥ ପ୍ରେମୀମାନେ ଗ୍ରହଣ କରି ପାରୁନାହାନନ୍ତି। ଶ୍ରୀବିଗ୍ରହଙ୍କୁ ମାସିକିଆ ପୂଜା ପାଇଁ ୮,୧୦୦ ଟଙ୍କା ପୈଠ କରିବାକୁ କୁହାଯାଇଛି। ସେହିଭଳି ପରିବାର ପାଇଁ ପୂଜା କରିବା ପାଇଁ ୨୪୦୧ ଟଙ୍କା , ଶ୍ରୀମନ୍ଦିରରେ ବାନା ବାନ୍ଧିବା ପାଇଁ ୨୧୫୧ ଟଙ୍କା ଏବଂ ମହାପ୍ରଭୁଙ୍କ ମସ୍ତକରେ ଆଟିକା ବାନ୍ଧିବାକୁ ୧୧,୫୦୧ ଟଙ୍କା ପୈଠ କରିବା ଲାଗି ମଧ୍ୟ କୁହାଯାଇଛି। ହେଲେ ଶ୍ରୀମନ୍ଦିରରେ ଏଭଳି କୌଣସି ନୀତି ନାହିଁ। ଏହିପରି ୯ଟି ବିଭାଗରେ ପୂଜା ପାଇଁ ଏପରି ଠକାମି କରି ଭକ୍ତଙ୍କଠାରୁ ଟଙ୍କା ଆଦାୟ କରାଯାଉଛି ବୋଲି ଜାଣିବା ପରେ ଶ୍ରୀମନ୍ଦିର ସେବାୟତ ଶମ୍ଭୁନାଥ ଖୁଣ୍ଟିଆ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri