ଉକମ୍ବା ଏୟାରଷ୍ଟ୍ରିପ୍‌ର ପୁନରୁଦ୍ଧାର ପାଇଁ ନିବେଦନ

ଗୁଣପୁର,୮।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁରଠାରୁ ମାତ୍ର ୧୪ କି.ମି. ଦୂର ଉକମ୍ବାଠାରେ ରହିଛି ବହୁ ପୁରୁଣା ଏୟାରଷ୍ଟ୍ରିପ୍‌। ଏହା ଜୟପୁର ବିମାନବନ୍ଦରଠାରୁ ୧୯୪ କି.ମି. ଏବଂ ବିଶାଖାପାଟଣା ବିମାନବନ୍ଦର ଠାରୁ ୨୨୧ କି.ମି. ଦୂରରେ ରହିଛି। ଏହି ପୁରାତନ ଏୟାରଷ୍ଟ୍ରିପ୍‌ର ପୁନରୁଦ୍ଧାର ପାଇଁ ଜିଆଇଇଟି (ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି) ବିଶ୍ୱବିଦ୍ୟାଳୟର ସଭାପତି ସତ୍ୟପ୍ରକାଶ ପଣ୍ଡା ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଏବଂ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କୁ ମଙ୍ଗଳବାର ଚିଠି ଲେଖି ନିବେଦନ କରିଛନ୍ତି। ରାୟଗଡ଼ା ଜିଲାରେ ବିଭିନ୍ନ କଳ କାରଖାନା, ଶିକ୍ଷାନୁଷ୍ଠାନ ସହ ଘରୋଇ ଜିଆଇଇଟି ବିଶ୍ୱବିଦ୍ୟାଳୟ ରହିଛି। ଦେଶ ଓ ବିଦେଶରୁ ଛାତ୍ରୀଛାତ୍ର ଆସି ଏଠାରେ ପଢ଼ୁଛନ୍ତି। ଏହି ଏୟାରଷ୍ଟ୍ରିପ୍‌ର ପୁନରୁଦ୍ଧାର ହେଲେ ଅଞ୍ଚଳର ବିକାଶ ଘଟିବ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି। ବହୁ ବର୍ଷ ପୂର୍ବରୁ ଉକମ୍ବା ଏୟାରଷ୍ଟ୍ରିପ୍‌ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ଭିଆଇପି ଏବଂ ଭିଭିଆଇପିଙ୍କ ପାଇଁ ବ୍ୟବହାର କରାଯାଉଥିଲା। ଏଠରେ ଛୋଟ ବିମାନ ଅବତରଣ କରୁଥିଲା। ଗତ କିଛି ବର୍ଷ ହେଲା ଏୟାରଷ୍ଟ୍ରିପ୍‌ ଅଞ୍ଚଳକୁ ଲୋକେ ଚାଷବାସ ପାଇଁ ବ୍ୟବହାର କରି ଆସୁଥିଲେ। ଏବେ ସ୍ଥାନୀୟ ପ୍ରଶାସନ ଉକ୍ତ ଜମିରୁ ଜବରଦଖଲ ହଟାଇଛି। ଦେଶରେ ଏବଂ ବିଶେଷକରି ଓଡ଼ିଶାରେ ବିମାନ ଚଳାଚଳ କ୍ଷେତ୍ର ଦ୍ରୁତଗତିରେ ବିସ୍ତାର କରୁଛି। ଏଥିପାଇଁ ଅଧିକ ପାଇଲଟଙ୍କୁ ନିଯୁକ୍ତି ମିଳିବା ସମ୍ଭାବନା ସୃଷ୍ଟି ହୋଇଛି। ବିମାନଗୁଡ଼ିକର ମରାମତି ପାଇଁ ତାଲିମପ୍ରାପ୍ତ ଇଞ୍ଜିନିୟରଙ୍କ ମଧ୍ୟ ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଜିଆଇଇଟି ବିଶ୍ୱବିଦ୍ୟାଳୟ ବି. ଟେକ୍‌ ପିଲାଙ୍କୁ ଏୟାରକ୍ରାଫ୍ଟ ମରାମତି ତାଲିମ ଦେବା ପାଇଁ ଯୋଜନା କରିଛି। ଏହି ପାଠ୍ୟକ୍ରମ ଆରମ୍ଭ ପାଇଁ ଏକ ଏୟାରଷ୍ଟ୍ରିପ୍‌ର ଆବଶ୍ୟକତା ରହିଛି। ସରକାର ଚାହିଁଲେ ‘ଉଡ଼ାଣ’ ଯୋଜନା ମାଧ୍ୟମରେ ଜନସାଧାରଣଙ୍କ ନିମନ୍ତେ ଭୁବନେଶ୍ୱର-ଗୁଣପୁର-ବିଶାଖାପାଟଣା ପାଇଁ ଛୋଟ ବିମାନ କରିିପାରିବ। ସେହିପରି ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ହେଲେ ଅଞ୍ଚଳରେ ଗମନାଗମନ, ବାଣିଜ୍ୟ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ଘଟିବ। ଏହା ଅଞ୍ଚଳର ଅର୍ଥନୈତିକ ବିକାଶରେ ସହାୟକ ହୋଇପାରିବ ବୋଲି ଜିଆଇଇଟି ବିଶ୍ୱବିଦ୍ୟାଳୟର ସଭାପତି ପଣ୍ଡା ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଅଞ୍ଚଳର ଜନସାଧାରଣ ମଧ୍ୟ ଏହି ଏୟାରଷ୍ଟ୍ରିପ୍‌ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ରାଜ୍ୟ ସରକାରଙ୍କୁ ବିଭିନ୍ନ ସମୟରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri