ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ଦାବିପତ୍ର ପ୍ରଦାନ କରି କେବାଡ଼ ଗ୍ରାମରେ ଧାନମଣ୍ଡି ଖୋଲିବାକୁ ସେମାନେ ନିବେଦନ କରିଛନ୍ତି। ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, କେବାଡ଼ ଗ୍ରାମ ଅଞ୍ଚଳରେ ୧ ହଜାରରୁ ଊର୍ଦ୍ଧ୍ୱ ଏକର ଜମିରେ ଚାଷକାର୍ଯ୍ୟ ହୋଇଥାଏ। ଅଞ୍ଚଳର ଚାଷୀମାନେ ଧାନ ସଂଗ୍ରହ ପ୍ରକ୍ରିୟା ସମୟରେ ପ୍ରାୟ ୩୦ହଜାର କୁଇଣ୍ଟାଲ ଧାନ ବିକ୍ରି କରିଥାନ୍ତି। ତେବେ ଗ୍ରାମରେ ଧାନବିକ୍ରି ପାଇଁ ମଣ୍ଡି ନଥିବାରୁ ସେମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଚାଷୀମାନେ କହିଛନ୍ତି। ଏହି ଦୃଷ୍ଟିରୁ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାର ଆବଶ୍ୟକତା ରହିଥିବା ପ୍ରକାଶ କରି ସେ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି। ଦାବିପତ୍ରରେ ୱାର୍ଡ଼ସଭ୍ୟା ଦିପାଞ୍ଜଳି ସା, ବିଶ୍ୱନାଥ ନାଏକ, କାଳିଆ ମହାକୁର, ଅମ୍ବିକା ମାଝୀ, ସୀତା ଭୋଇ ପ୍ରମୁଖଙ୍କ ସ୍ବାକ୍ଷର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri