‘୧୭ରେ ବ୍ୟକ୍ତିଗତ ଭାବେ ହାଜର ହୁଅ’

କଟକ ଅଫିସ,୩।୮: ଜଣେ ଅଧ୍ୟାପକଙ୍କୁ ବକେୟା ପ୍ରାପ୍ୟ ମାମଲାରେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କୁ ସୋମବାର ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ବ୍ୟକ୍ତିଗତ ଭାବେ ହାଜର ନ ହୋଇ କାହିଁକି କ୍ରମାଗତ ଓ ଇଚ୍ଛାକୃତ ଭାବେ କୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ କରିଛନ୍ତି, ତା’ର କାରଣ ଦର୍ଶାଇବେ ଏବଂ ଅଦାଲତ ଅବମାନନା ନିୟମାନୁଯାୟୀ କାହିଁକି ଦଣ୍ଡିତ ନ ହେବେ ବୋଲି ହାଇକୋର୍ଟ ନୋଟିସ ମାଧ୍ୟମରେ ପ୍ରଶ୍ନ କରିଛନ୍ତି। ଏଥିସହ ଅଗଷ୍ଟ ୧୭ରେ ହେବାକୁ ଥିବା ପରବର୍ତ୍ତୀ ଶୁଣାଣି ଦିନ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ବିଶ୍ୱନାଥ ରଥ ଏହି ମାମଲାର ଶୁଣାଣି କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଟି. ବାରିକ ମାମଲା ପରିଚାଳନା କରୁଛନ୍ତି।
ସୂଚନା ଅନୁଯାୟୀ, ଆବେଦନକାରୀ ବାଲିଗୁଡ଼ା ଆଞ୍ଚଳିକ ମହାବିଦ୍ୟାଳୟର ଅଧ୍ୟାପକ ବିଦ୍ୟୁତାନନ୍ଦ ବସ୍ତିଆଙ୍କୁ ତାଙ୍କ ବକେୟା ପ୍ରାପ୍ୟ ସୁଧହାରରେ ପ୍ରଦାନ ପାଇଁ ୨୦୧୫ ମସିହାରେ ହାଇକୋର୍ଟ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା ଯେ, ବକେୟା ପ୍ରାପ୍ୟ ଦିଆଯାଇଛି। ଏହାର ସୁଧ ୨ସପ୍ତାହ ମଧ୍ୟରେ ଦିଆଯିବାକୁ ପ୍ରକ୍ରିୟା ଚାଲିଛି। କିନ୍ତୁ ସୁଧରାଶି ନ ପାଇବାରୁ ଆବେଦନକାରୀ ପୁଣି ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଗତ ୩୦ ତାରିଖରେ ହାଇକୋର୍ଟ ଏହି ମାମଲାର ଶୁଣାଣି କରିଥିଲେ। ସେଦିନ ସୁଦ୍ଧା ଉକ୍ତ ଶିକ୍ଷକଙ୍କ ବକେୟା ପ୍ରାପ୍ୟ ମିଳି ନ ଥିଲା। ଫଳରେ ତୃତୀୟ ଥର ପାଇଁ ଅଦାଲତ ଅବମାନନା କରିଥିବାରୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କୁ ଆସନ୍ତା ୧୭ ତାରିଖ ପୂର୍ବାହ୍ନ ସାଢେ ୧୦ଟାରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri