ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ ଉଭା ହୋଇଛନ୍ତି। ରବିବାର ଏଥିପାଇଁ ଯନ୍ତାଳ ପୂଜା ଅନୁଷ୍ଠିତ ହୋଇଥିଲା। ଯନ୍ତାଳ ପୂଜା ସମୟରେ ପତିଆରଙ୍କଠାରେ ଦେବୀ ଆର୍ବିଭାବ ହୋଇଥାନ୍ତି ଓ ଉଭାସ୍ଥଳ ସମ୍ପର୍କରେ ଦେହୁରୀଙ୍କୁ ସୂଚନା ଦେଇଥାନ୍ତି । ପୂର୍ବ ସୂଚନାକୁ ଆଧାର କରି ଦେହୁରୀ ଅଧରାତିରେ ଏକାକୀ ଯାଇ ଉଭାସ୍ଥଳ ଚିହ୍ନଟ କରିବା ସହିତ ଶାବର ମନ୍ତ୍ରରେ ମା’ ଅଗ୍ନିରୁପାଙ୍କୁ ସେଠାରେ ଅଟକ କରି ରଖି ଥାନ୍ତି । ଏହାକୁ ଉଭାସ୍ଥଳ କୁହାଯାଏ। ଏହି ଠାରେ ମା’ଙ୍କର ବାର୍ଷିକ ଯାତ୍ରା ଅନୁଷ୍ଠିତ ହୁଏ। ଉଭାସ୍ଥଳ ଚିହ୍ନଟ ଖବର ଜଣାପଡିବା ପରେ ଭକ୍ତଙ୍କ ସୁଅ ସେଠାକୁ ଛୁଟିଛି । ଭକ୍ତମାନେ ମା’ଙ୍କର ପୂଜାର୍ଚ୍ଚନା କରି ଆଶିଷ ଭିକ୍ଷା କରୁଛନ୍ତି। ଚଳିତ ମାସ ୩୧ଠାରୁ ମାଆଙ୍କର ନବାଦୀନାତ୍ମକ ବାର୍ଷିକ ଯାତ୍ରା ଓ ୨୨ ତମ ଲୋକମହୋତ୍ସବ ଅନୁଷ୍ଠିତ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri