Posted inଜାତୀୟ

ସେଓକୁ କମଳା ସହିତ ଅବା ନରସଂହାରକୁ ହତ୍ୟା ସହ ତୁଳନା କରାଯାଇ ପାରିବ ନାହିଁ: ବିଲକିସ ବାନୋ ମାମଲାରେ କୋର୍ଟଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ,୧୮।୪ : ବିଲକିସ ବାନୋ ମାମଲାରେ ଦୋଷୀଙ୍କୁ ଖଲାସ କରିବା ବିରୋଧରେ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ମେ ୨ ତାରିଖରେ ଶୁଣାଣି କରିବେ। ମଙ୍ଗଳବାର କୋର୍ଟରେ ଗୁଜରାଟ ସରକାର ଦୋଷୀଙ୍କ ରିଲିଜ ସହ ଜଡିତ ଫାଇଲ ଦେଖାଇବାକୁ ନିର୍ଦ୍ଦେଶକୁ ବିରୋଧ କରିଛନ୍ତି। ରାଜ୍ୟ ସରକାର ଯୁକ୍ତି ଦର୍ଶାଇଛନ୍ତି, ଏହି ମୁକ୍ତି କେବଳ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ହୋଇଥିଲା।

ପୀଡିତା ବିଲକିସ ବାନୋଙ୍କ ବ୍ୟତୀତ ସାମାଜିକ କାର୍ଯ୍ୟକର୍ତ୍ତା ସୁଭାଷିନୀ ଅଲି ଏବଂ ଟିଏମସି ନେତା ମହୁଆ ମୋଇତ୍ର ଏହି ମାମଲାରେ ୧୧ ଜଣ ଦୋଷୀଙ୍କୁ ମୁକ୍ତ କରିବା ନେଇ ଗୁଜରାଟ ସରକାରଙ୍କ ନିର୍ଦ୍ଦେଶକୁ ରଦ୍ଦ କରିବାକୁ ଦାବି କରିଛନ୍ତି।

ଏହି ମାମଲାର ଶୁଣାଣି କରି ଜଷ୍ଟିସ କେ.ଏମ ଜୋସେଫ ଏବଂ ବି.ଭି ନାଗରତ୍ନାଙ୍କ ବେଞ୍ଚ ସରକାରଙ୍କ ନିଷ୍ପତ୍ତି ଉପରେ କଡ଼ା ମନ୍ତବ୍ୟ ଦେଇଛି। କୋର୍ଟ କହିଛନ୍ତି ସେଓକୁ କମଳା ସହିତ ତୁଳନା କରାଯାଇପାରିବ ନାହିଁ। ସେହିଭଳି ନରସଂହାରକୁ ହତ୍ୟା ସହ ତୁଳନା କରାଯାଇପାରିବ ନାହିଁ।

କୋର୍ଟ କହିଛନ୍ତି, ଯେତେବେଳେ ଏପରି ଘୃଣ୍ୟ ଅପରାଧ ଯାହା ସମାଜକୁ ପ୍ରଭାବିତ କରିଥାଏ, ସେତେବେଳେ କୌଣସି କ୍ଷମତା ପ୍ରୟୋଗ କରିବା ସମୟରେ ଜନସାଧାରଣଙ୍କ ସ୍ବର୍ଥକୁ ଧ୍ୟାନରେ ରଖିବା ଉଚିତ। ରାଜ୍ୟ ସରକାର ଏହି ନିଷ୍ପତ୍ତି ସହ କେନ୍ଦ୍ର ସହମତ ହୋଇଛନ୍ତି। ତେଣୁ ଏହାର ଅର୍ଥ ନୁହେଁ ଯେ ରାଜ୍ୟ ସରକାର ତାଙ୍କ ବୁଦ୍ଧି ବିବେକ ପ୍ରୟୋଗ କରିବେ ନାହିଁ।

ଜଷ୍ଟିସ କେ.ଏମ. ଜୋସେଫ ମନ୍ତବ୍ୟ ଦେଇଛନ୍ତି, ଆଜି ବିଲକିସ ବାନୋ, ଆସନ୍ତାକାଲି ତୁମେ କିମ୍ବା ମୁଁ ଏଭଳି ଘଟଣାର ଶିକାର ହୋଇପାରେ । ଏପରି ପରିସ୍ଥିତିରେ ସ୍ଥିର ମାନଦଣ୍ଡ ରହିବା ଉଚିତ। ଯଦି ଆପଣ ଆମକୁ ଏହାର କାରଣ ନ ଦିଅନ୍ତି ତେବେ ଆମେ ଆମର ନିଜର ସିଦ୍ଧାନ୍ତ ନେବୁ ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?