ମୁମ୍ବାଇରେ ଆପଲ୍‌ର ପ୍ରଥମ ରିଟେଲ ଷ୍ଟୋର

ମୁମ୍ବାଇ,୧୯।୪: ପ୍ରିମିୟମ ସ୍ମାର୍ଟଫୋନ ତଥା ଆଇ ଫୋନ ନିର୍ମାତା ଆପଲ’ର ପ୍ରଥମ ରିଟେଲ ଷ୍ଟୋର ମଙ୍ଗଳବାର ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସ (ବିକେସି) ସ୍ଥିତ ଜିଓ ଓ୍ବାଲର୍ଡ ସେଣ୍ଟରଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆପଲର ସିଇଓ ଟିମ୍‌ କୁକ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆପଲର ଭିପିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ୨୦,୦୦୦ ବର୍ଗଫୁଟ ପରିବ୍ୟାପ୍ତ ୨ମହଲା ବିଶିଷ୍ଟ କୋଠାରେ ଉକ୍ତ ଷ୍ଟୋର ଗଢ଼ି ଉଠିଛି। ବିଶେଷକରି ଅନ୍ତଃରାଷ୍ଟ୍ରୀୟ ସ୍ତରର ଡିଜାଇନ ଓ ଆକର୍ଷଣୀୟ ପରିବେଶ ମଧ୍ୟରେ ବ୍ରାଣ୍ଡ୍‌ର ସମସ୍ତ ଫୋନ ଓ ଅନ୍ୟାନ୍ୟ ଉତ୍ପାଦଗୁଡିକୁ ଭାରତୀୟ ଗ୍ରାହକମାନେ ଅତି ସହଜରେ ପାଇପାରିବେ।
ଏ ସମ୍ପର୍କରେ ଆପଲର ସିଇଓ ଟିମ୍‌ କୁକ୍‌ କହିଛନ୍ତି, ଦୀର୍ଘ ୨୫ ବର୍ଷ ପରେ ଆମେ ପ୍ରତ୍ୟକ୍ଷ ଭାବେ ଭାରତୀୟ ବଜାରରେ ପାଦଦେଇଛି। ଏପରିକି ଆଗାମୀ ଦିନରେ ମଧ୍ୟ ଦେଶର ବିଭିନ୍ନ ପ୍ରମୁଖ ସହରରେ କମ୍ପାନୀର ଷ୍ଟୋର ଶୁଭାରମ୍ଭ ସହିତ ବ୍ୟବସାୟିକ ସମ୍ପ୍ରସାରଣ ଓ କାରବାର ବୃଦ୍ଧି ସମ୍ପର୍କରେ ମଧ୍ୟ ବ୍ୟାପକ ଯୋଜନା କରାଯାଉଛି ବୋଲି ସେ ବିସ୍ତୃତ ମତପ୍ରକାଶ କରିଛନ୍ତି।
ଏହି ପରିପ୍ରେକ୍ଷୀରେ ଆପଲର ସିଇଓ କୁକ୍‌ ମୁକେଶ ଅମ୍ବାନୀଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତକରି ବିଭିନ୍ନ ବିଷୟରେ ଆଲୋଚନା କରିଥିବା ବେଳେ ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମଧ୍ୟ ଏକ ସୌଜନ୍ୟମୂଳକ ସାକ୍ଷାତ କାର୍ଯ୍ୟକ୍ରମର କାର୍ଯ୍ୟକ୍ରମ ରହିଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଆସନ୍ତା ୨୦ ଏପ୍ରିଲରେ ନୂଆଦିଲ୍ଲୀର ସାକେତସ୍ଥିତ ସିଟି ଓ୍ବାକ ମଲ୍‌ରେ ମଧ୍ୟ କମ୍ପାନୀର ଆଉ ଏକ ରିଟେଲ ଷ୍ଟୋର ଖୋଲିବାକୁ ଯାଉଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?