ପୂର୍ବରୁ ଆବେଦନ କରିଥିବା ଆଶାୟୀଙ୍କୁ ଦେବାକୁ ପଡିବନି ଟଙ୍କା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ ଯୁକ୍ତ୨ ନାମଲେଖା ଶେଷ ହୋଇଯାଇଛି। କିନ୍ତୁ ଏବେ ବି ଅନେକ ଉଚ୍ଚ ମାଧ୍ୟମିକ ସ୍କୁଲରେ ସିଟ୍‌ ଖାଲି ପଡ଼ିଛି। ବଳକା ସିଟ୍‌ ପୂରଣ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା କରିବା ପାଇଁ ପଦକ୍ଷେପ ନେଇଛି। ନାମଲେଖା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ସୋମବାର ବିଜ୍ଞପ୍ତି ପ୍ରକାଶ କରିଛି।

ବିଜ୍ଞପ୍ତି ଅନୁସାରେ, ଏହି ବଳକା ସିଟ୍‌ରେ ନାମଲେଖା ପାଇଁ ମଙ୍ଗଳବାରରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଖାଲି ସିଟ୍‌ରେ ନାମଲେଖା ପାଇଁ କମନ ଆପ୍ଲିକେସନ ଫର୍ମ(ସିଏଏଫ୍‌) ଗଣଶିକ୍ଷା ବିଭାଗର ଓ୍ବେବ୍‌ସାଇଟ୍‌ www.samsodisha.gov.inରେ ଉପଲବ୍ଧ ରହିଛି। ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୧୧ଟାରୁ ୨୫ ତାରିଖ ରାତି ୧୧ଟା ୫୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ଆବେଦନ କରିଥିଲେ, କିନ୍ତୁ କୌଣସି କଲେଜରେ ନାମଲେଖା ପାଇଁ ସିଟ୍‌ ପାଇ ନଥିଲେ, ସେମାନେ ବି ଆଉଥରେ ଅନ୍‌ଲାଇନ୍‌ରେ ସିଏଏଫ୍‌ ଆବେଦନ କରିପାରିବେ। କିନ୍ତୁ ସେମାନଙ୍କ ପାଇଁ ଆଉଥରେ ଆବେଦନ ପାଇଁ ଟଙ୍କା ଦେବାକୁ ପଡ଼ିବ ନାହିଁ। ବଳକା ସିଟ୍‌ରେ ନାମ ଲେଖାଇବା ପାଇଁ ଆସନ୍ତା ୩୦ ତାରିଖ ଅପରାହ୍ନ ୨ଟାରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ନଭେମ୍ବର ୧ ତାରିଖ ପୂର୍ବାହ୍ନ ୧୧ଟାରୁ ୩ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମନୋନୀତ ଛାତ୍ରୀଛାତ୍ର ନାମ ଲେଖାଇପାରିବେ। ୯ ତାରିଖ ଅପରାହ୍ନ ୨ଟାରେ ସ୍ପଟ୍‌ ନାମଲେଖା ମେଧା ତାଲିକା ପ୍ରକାଶ ପାଇବ। ଯେତିକି ସିଟ୍‌ ଖାଲି ଥିବ ତା’ର ୩ଗୁଣ ମେଧା ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri