୭ ଦିନ ରିମାଣ୍ଡ ପାଇଁ ଆବେଦନ

ଝାରସୁଗୁଡ଼ା ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ ପୋଲିସ ଗିରଫ କରି ସୋମବାର ରାତିରେ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରିଥିଲା। ସେଠାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏବେ ସେ ଜିଲା ସବ୍‌ଜେଲ୍‌ରେ ଅଛନ୍ତି। ତେବେ ତାଙ୍କୁ ୭ଦିନିଆ ରିମାଣ୍ଡରେ ଆଣିବା ପାଇଁ କ୍ରାଇମବ୍ରାଞ୍ଚ ପୋଲିସ ମଙ୍ଗଳବାର କୋର୍ଟରେ ଆବେଦନ କରିଥିଲା। ଉକ୍ତ ଆବେଦନର ଶୁଣାଣି ଜେଏମ୍‌ଏଫ୍‌ସି କୋର୍ଟରେ ହୋଇଥିବାବେଳେ ରାୟ ସଂରକ୍ଷିତ ରହିଛି ବୋଲି ଅଭିଯୁକ୍ତଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଓକିଲ ହରିଶଙ୍କର ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। କୋର୍ଟଙ୍କ ରାୟକୁ କ୍ରାଇମବ୍ରାଞ୍ଚ ଅପେକ୍ଷା କରିଛି। ପ୍ରକାଶଯେ, ମନ୍ତ୍ରୀ ଦାସଙ୍କ ହତ୍ୟା ଘଟଣା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ କ୍ରାଇମବ୍ରାଞ୍ଚ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ଗୋପାଳ ମନ୍ତ୍ରୀଙ୍କୁ ହତ୍ୟା କରିଥିବା ନେଇ ସ୍ବୀକାର କରିଥିଲେ ହେଁ ହତ୍ୟା ପଛର କାରଣ ଏଯାବତ୍‌ ସ୍ପଷ୍ଟ ହୋଇପାରିନାହିଁ। ତେଣୁ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଅଧିକ ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri