ଝାରସୁଗୁଡ଼ା ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୁକ୍ତ ଏଏସ୍ଆଇ ଗୋପାଳ କୃଷ୍ଣ ଦାସଙ୍କୁ ପୋଲିସ ଗିରଫ କରି ସୋମବାର ରାତିରେ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟରେ ହାଜର କରିଥିଲା। ସେଠାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏବେ ସେ ଜିଲା ସବ୍ଜେଲ୍ରେ ଅଛନ୍ତି। ତେବେ ତାଙ୍କୁ ୭ଦିନିଆ ରିମାଣ୍ଡରେ ଆଣିବା ପାଇଁ କ୍ରାଇମବ୍ରାଞ୍ଚ ପୋଲିସ ମଙ୍ଗଳବାର କୋର୍ଟରେ ଆବେଦନ କରିଥିଲା। ଉକ୍ତ ଆବେଦନର ଶୁଣାଣି ଜେଏମ୍ଏଫ୍ସି କୋର୍ଟରେ ହୋଇଥିବାବେଳେ ରାୟ ସଂରକ୍ଷିତ ରହିଛି ବୋଲି ଅଭିଯୁକ୍ତଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଓକିଲ ହରିଶଙ୍କର ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। କୋର୍ଟଙ୍କ ରାୟକୁ କ୍ରାଇମବ୍ରାଞ୍ଚ ଅପେକ୍ଷା କରିଛି। ପ୍ରକାଶଯେ, ମନ୍ତ୍ରୀ ଦାସଙ୍କ ହତ୍ୟା ଘଟଣା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ କ୍ରାଇମବ୍ରାଞ୍ଚ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ଗୋପାଳ ମନ୍ତ୍ରୀଙ୍କୁ ହତ୍ୟା କରିଥିବା ନେଇ ସ୍ବୀକାର କରିଥିଲେ ହେଁ ହତ୍ୟା ପଛର କାରଣ ଏଯାବତ୍ ସ୍ପଷ୍ଟ ହୋଇପାରିନାହିଁ। ତେଣୁ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଅଧିକ ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚ ଚେଷ୍ଟା କରୁଛି।
Posted inHome Left, ଆମ ଜିଲା ଖବର, ଝାରସୁଗୁଡ଼ା View All
ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…
ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…
ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍
ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…
କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…
ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…
ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…
ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍ ଲାଇନ୍ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…
କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…
ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…
ବୋଲେରୋରେ ଚାଲାଣ ହେଉଥିଲା କଫ୍ ସିରପ୍: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…
ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍ ସିରପ୍ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍ ସିରପ୍…
ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ
ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…
ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ
ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

