କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନ

ପୁରୀ ଅଫିସ,୨୧।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଚାଲିଛି। ମାମଲାର ଶୁଣାଣି ନ ସରିବା ପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନକାରୀ ଦିଲୀପ ବରାଳ କୋର୍ଟଙ୍କୁ ନିବେଦନ କରିଛନ୍ତି। କୋର୍ଟରେ ମାମଲା ବିଚାରାଧୀନ ଥିବାବେଳେ ପ୍ରଶାସନ ଓ ଠିକା ସଂସ୍ଥା ଦିନରାତି ନିର୍ମାଣ କାର୍ଯ୍ୟ ଚଳାଇଛନ୍ତି। ଆମ୍‌ସାର୍‌ ଆକ୍ଟ-୧୯୫୮ ଉଲ୍ଲଂଘନ କରାଯାଇ ବେଆଇନ କାର୍ଯ୍ୟ ହେଉଛି। ଗତ ୧୭ ତାରିଖରେ ଏଏସ୍‌ଆଇ କର୍ତ୍ତୃପକ୍ଷ ଖନନସ୍ଥଳୀକୁ ଯାଇ ପରିତ୍ୟକ୍ତ ସିଂହମୂର୍ତ୍ତିର ସ୍ଥିତି ଯାଞ୍ଚ କରି ତାହା ଗଙ୍ଗବଂଶ ରାଜତ୍ୱ ସମୟର କାରୁକାର୍ଯ୍ୟ ବୋଲି ଉଲ୍ଲେଖ କରିଥିଲେ। ଏଣୁ ଖନନସ୍ଥଳୀରେ ଆହୁରି ଅଧିକ କୀର୍ତ୍ତିରାଜି ମିଳିବାର ସମ୍ଭାବନା ରହିଛି। ଖନନରୁ ମିଳିଥିବା ସିଂହମୂର୍ତ୍ତି ସମ୍ପର୍କରେ ଏଏସ୍‌ଆଇ ସତ୍ୟପାଠରେ ଗତ ୯ ତାରିଖରେ କୋର୍ଟଙ୍କୁ ଅବଗତ କରାଇଥିଲେ ମଧ୍ୟ ଏହି ଦିଗରେ ଧ୍ୟାନ ଦିଆଯାଇନାହିଁ। ସେହିଭଳି ମେଶିନ୍‌ ମାଡ଼ରେ ସିଂହମୂର୍ତ୍ତି ଦୁଇଖଣ୍ଡ ହୋଇଯାଇଛି। ଖନନ କାମ ଚାଲୁ ରହିଲେ, ଅନେକ କୀର୍ତ୍ତିରାଜି ଉଦ୍ଧାର ହେବା ପୂର୍ବରୁ ଭାଙ୍ଗିଯିବ। ଏଣୁ ବଳକା କୀର୍ତ୍ତିରାଜିର ସଂରକ୍ଷଣ ପାଇଁ ପ୍ରକଳ୍ପ କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଉ ବୋଲି ଅପିଲ୍‌ କରାଯାଇଛି। ଜିପିଆରଏସ୍‌ ହୋଇ ନ ଥିବାରୁ କୀର୍ତ୍ତିରାଜି ସଂରକ୍ଷଣ କରିବା ଉପରେ ପ୍ରାଥମିକତା ଦେବା ପାଇଁ ନିବେଦନ କରାଯାଇଛି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ହୋଇଥିବା ଜନସ୍ବାର୍ଥ ମାମଲାର ପରବର୍ତ୍ତୀ ଶୁଣାଣି ଜୁନ ୨୨ ତାରିଖରେ ହେବ। ମାମଲାର ଶୀଘ୍ର ଶୁଣାଣି କରିବା ନେଇ ବରାଳ ଅନ୍ତରୀଣ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri