ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ ଆରମ୍ଭ ହେବ ଓ ଏହା ଜୁନ୍‌ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ଛାତ୍ରୀଛାତ୍ରଙ୍କ ପାଇଁ କମନ ଆପ୍ଲିକେଶନ ଫର୍ମ ସାମ୍ସ ପୋର୍ଟାଲରେ ଉପଲବ୍ଧ ହେବ। ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ। ଛାତ୍ରୀଛାତ୍ର ନିଜ ପସନ୍ଦ ଅନୁଯାୟୀ ପାଠ୍ୟକ୍ରମକୁ ଚୟନ କରିପାରିବେ। ଗୋଟିଏ ମୁଖ୍ୟ ବିଷୟ ସହିତ ଦୁଇଟି ଉପବିଷୟ କିମ୍ବା ଦୁଇଟି ମୁଖ୍ୟ ବିଷୟ କିମ୍ବା ତିନିଟି ଉପବିଷୟ ଚୟନ କରିପାରିବେ। ଜୁନ ୧୭ରେ ପ୍ରଥମ ପର୍ଯ୍ୟାୟ ମେଧାତାଲିକା ପ୍ରକାଶ ପାଇବ।
ପ୍ରଥମ ପର୍ଯ୍ୟାୟରେ ନାମଲେଖା ପାଇଁ ଚୟନ ହୋଇଥିବା ପିଲାମାନେ ଜୁନ ୧୮ରୁ ୨୦ ମଧ୍ୟରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବେ। ଏହାପରେ ଜୁନ ୨୯ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ ଓ ଏହି ଛାତ୍ରୀଛାତ୍ରମାନେ ଜୁନ ୩୦ରୁ ଜୁଲାଇ ୪ ମଧ୍ୟରେ ନାମଲେଖାଇବେ। ଏହାପରେ ସ୍ପଟ୍‌ ନାମ ଲେଖା ପାଇଁ ଜୁଲାଇ ୮ରୁ ୧୦ତାରିଖ ମଧ୍ୟରେ ପିଲାମାନେ ଚଏସ୍‌ ଲକିଂ କରିବେ। ୧୫ ତାରିଖରେ ଏହାର ମେଧା ତାଲିକା ପ୍ରକାଶ ପାଇବା ପରେ ୧୭ତାରିଖ ମଧ୍ୟରେ ନାମଲେଖା ପ୍ରକ୍ରିୟା ସରିବ। ଜୁଲାଇ ୯ ସୁଦ୍ଧା ସ୍ନାତକ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri