ପିଜି ସିଟ୍‌ ପୂରଣ ପାଇଁ ୧ରୁ ଆବେଦନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲି ପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ପୁଣିଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେଇଥିଲେ, ସେମାନେ ହିଁ ଆବେଦନ କରିପାରିବେ। ସେହିଭଳି ଯେଉଁ ଛାତ୍ରୀଛାତ୍ର ପ୍ରଥମ, ଦ୍ୱିତୀୟ କିମ୍ବା ସ୍ପଟ୍‌ ନାମଲେଖା ସମୟରେ ନାମଲେଖାଇ ପରବର୍ତ୍ତୀ ସମୟରେ ସିଏଲ୍‌ସି ବା ୟୁଏଲ୍‌ସି ନେଇଯାଇଛନ୍ତି, ସେମାନେ ଏହି ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ। ଏଥିସହ ଛାତ୍ରୀଛାତ୍ରମାନେ ଯେଉଁ ବିଷୟରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେଇଥିବେ ସେମାନେ ଅନ୍ୟ କୌଣସି ବିଷୟରେ ନାମଲେଖା ଲାଗି ଆବେଦନ କରିପାରିବେନି ବୋଲି ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି ହୋଇଛି। ଆସନ୍ତା ୧ ତାରିଖ ମଧ୍ୟାହ୍ନ ୧୨ଟାରୁ ୩ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସାମ୍ସ ୱେବ୍‌ସାଇଟ୍‌ରେ କମନ ଆପ୍ଲିକେଶନ ଫର୍ମ(ସିଏଏଫ୍‌) ଉପଲବ୍ଧ ହେବ। ଇଚ୍ଛୁକ ଛାତ୍ରୀଛାତ୍ର ଏହି ସମୟ ମଧ୍ୟରେ ଆବେଦନ କରିପାରିବେ। ୪ ତାରିଖ ଅପରାହ୍ନ ୨ଟାରେ ଆବେଦନ କରିଥିବା ଛାତ୍ରୀଛାତ୍ରଙ୍କ ପ୍ରବେଶିକା ପରୀକ୍ଷା ଫଳ ସହିତ କ୍ୟାରିୟର ମାର୍କକୁ ମିଶାଇ ମୋଟ ମାର୍କର ତାଲିକା ପ୍ରକାଶ ପାଇବ। ସେହିପରି ୫ ତାରିଖରୁ ୨୧ ତାରିଖ ମଧ୍ୟରେ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ନାମଲେଖା ସମ୍ପର୍କିତ କାର୍ଯ୍ୟ ଶେଷ କରିବେ। ୨୩ରୁ ୨୫ତାରିଖ ମଧ୍ୟରେ ନାମଲେଖା ତାଲିକା ପ୍ରକାଶ ପାଇବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri