ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ ପାଇଁ ଦାବିପତ୍ର

କେନ୍ଦୁଝର,୨୫ା୩(ସ୍ବ.ପ୍ର.): କେନ୍ଦୁଝର ଭଳି ଆଦିବାସୀବହୁଳ ଏବଂ ଅବିଭାଜିତ ଜିଲାରେ ଆଦିବାସୀ ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ନିମିତ୍ତ ପାଟଣା ବିଧାୟକ ତଥା କେନ୍ଦୁଝର ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାୟକ ଅନୁସୂଚିତ ଜନଜାତି ବିଭାଗର ଉଚ୍ଚ ବିଦ୍ୟାଳୟଗୁଡ଼ିକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ କରିବାକୁ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ବିଭାଗୀୟ କମିଶନର ରୁପାରୋଶନ ସାହୁଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ନାୟକ ଲୋକସେବା ଭବନର ମନ୍ତ୍ରୀ ଏବଂ କମିଶନର ପ୍ରକୋଷ୍ଠରେ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି। ଦାବିପତ୍ର ପ୍ରଦାନ ପରେ ମନ୍ତ୍ରୀ ତାଙ୍କ ଦାବିକୁ ଗୁରୁତର ସହ ବିଚାର କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। କେନ୍ଦୁଝର ଜିଲାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ୩୧ଟି ଉଚ୍ଚ ବିଦ୍ୟାଳୟ ଅଛି। ଏଥିରୁ ପ୍ରତିବର୍ଷ ପ୍ରାୟ ୨୫୦୦ ଛାତ୍ରୀଛାତ୍ର ମାଟ୍ରିକ୍‌ ପାସ୍‌ କରୁଥିଲେ ମଧ୍ୟ ସେମାନଙ୍କ ଉଚ୍ଚ ଶିକ୍ଷା ପାଇଁ ବିଭାଗ ତରଫରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାହିଁ। ଓଡ଼ିଶାରେ ଏହି ବିଭାଗ ଅଧୀନରେ ୮ଟି ଶିକ୍ଷା ଜୋନ୍‌ ଥିବାବେଳେ କେନ୍ଦୁଝର ଜିଲାରେ ମଧ୍ୟ ଗୋଟିଏ ଜୋନ୍‌ର ମୁଖ୍ୟ କାର୍ଯ୍ୟାଳୟ ଅଛି। ଏହି ଜୋନ୍‌ ଅଧୀନରେ କେନ୍ଦୁଝର, ଯାଜପୁର,କଟକ,କେନ୍ଦ୍ରାପଡ଼ା,ଖୋର୍ଦ୍ଧା,ପୁରୀ,ନୟାଗଡ଼,ଜଗତସିଂହପୁର, ଢେଙ୍କାନାଳ,ଅନୁଗୋଳ ଆଦି ୧୦ ଜିଲା ଅଛି। କିନ୍ତୁ ଏହି ଜୋନ୍‌ରେ ମାତ୍ର ୨ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯଥା ରାଇଡିହା ଏବଂ ମାଟକାମବେଡାରେ କାର୍ଯ୍ୟ କରୁଛି। ଛାତ୍ରୀଛାତ୍ରଙ୍କ ଡ୍ରପ୍‌ ଆଉଟ୍‌ ହାର କମାଇବା ତଥା ଜିଲାର ଅନୁସୂଚିତ ଜନଜାତି ଓ ଜାତି ଛାତ୍ରୀଛାତ୍ରଙ୍କର ଉଚ୍ଚ ଶିକ୍ଷା ପାଇଁ ପୂର୍ବତନ ବିଭାଗୀୟ ମନ୍ତ୍ରୀ ରମେଶ ଚନ୍ଦ୍ର ମାଝି ଶୁଆକାଟୀ ଉଚ୍ଚ ବିଦ୍ୟାଳୟ, ବକ୍ସିବାରିଗାଁ ଉଚ୍ଚ ବିଦ୍ୟାଳୟ, ଚିଲିଦା ବାଳିକା ଉଚ୍ଚ ବିଦ୍ୟାଳୟ, ଅସନପାଟ ବାଳିକା ଉଚ୍ଚ ବିଦ୍ୟାଳୟ, ନରଣପୁର ଉଚ୍ଚ ବିଦ୍ୟାଳୟ ଓ ବସନ୍ତପୁର ଉଚ୍ଚ ବିଦ୍ୟାଳୟରେ ଯୁକ୍ତ ଦୁଇ ବିଜ୍ଞାନ ଖୋଲିବା ପାଇଁ ବିଭାଗୀୟ ସଚିବଙ୍କୁ ପ୍ରସ୍ତାବ ଦେଇଥିଲେ। ସେହି ପ୍ରସ୍ତାବ ଅନୁସାରେ ପାଟଣା ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମନ୍ତ୍ରୀ ଏବଂ କମିଶନରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri