Posted inଜାତୀୟ

କମ୍‌ ପରିମାଣର ନିଶାଦ୍ରବ୍ୟର ବ୍ୟକ୍ତିଗତ ବ୍ୟବହାରକୁ ଅପରାଧ ଭାବେ ବିବେଚନା ନ କରିବାକୁ ଆବେଦନ…

ନୂଆଦିଲ୍ଲୀ,୨୮।୧୦: ମାଦକ ଦ୍ରବ୍ୟ ସେବନ ନେଇ ସେଲିବ୍ରିଟି ଯୁବବର୍ଗଙ୍କ ହାଇ ପ୍ରୋଫାଇଲ ଗିରଫ ମାମଲାକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରାଯାଇଛି। ଏଥିରେ ଦର୍ଶାଯାଇଛି ଯାଇଛି ଯେ, ବ୍ୟକ୍ତିଗfତ ବ୍ୟବହାର, ପରିବାର ସଦସ୍ୟ ଅବା ସମ୍ପର୍କୀୟଙ୍କ ବ୍ୟବହାର ଲାଗି ପାଖରେ ରଖାଯାଇଥିବା କମ୍‌ ପରିମାଣର ମାଦକ ଦ୍ରବ୍ୟକୁ ଅପରାଧ ଭାବେ ବିବେଚନା ନ କରାଯାଉ। ଏହାର କିଣିବାକୁ ମଧ୍ୟ ଅପରାଧ ମୁକ୍ତ କରାଯାଇ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି।

ଆବେଦନକାରୀ ଯୁକ୍ତି ଦର୍ଶାଇଛନ୍ତି ଯେ, ଏନ୍‌ଡିପିଏସ୍‌ ଅଧିନିୟମର ଦୂରୋପଯୋଗ ଦ୍ୱାରା ଅଭିଯୁକ୍ତ ଯୁବବର୍ଗଙ୍କ ଜୀବନରେ ସୁଧାର ଆସିବା ପରିବର୍ତ୍ତେ ଏହା କଳଙ୍କିତ ହୋଇ ପଡୁଛି।

ଜୟକୃଷ୍ଣ ସିଂଙ୍କ ଦ୍ୱାରା ଦାଖଲ ହୋଇଥିବା ଏହି ଆବେଦନରେ ଜାତୀୟ ଡ୍ରଗ୍ସ ଏବଂ ସାଇକୋଟ୍ରୋପିକ ପଦାର୍ଥ (ଏନ୍‌ଡିପିଏସ୍‌) ୧୯୮୫ ଅଧିନିୟମର ଧାରା ୨୧, ୨୭, ୨୭-ଏ, ୩୫, ୩୭ ଏବଂ ୫୪କୁ ଚ୍ୟାଲେଞ୍ଜ କରାଯାଇଛି। ଏହି ଧାରାଗୁଡ଼ିକ ଉପରେ ତୁରନ୍ତ ରୋକ ଲଗାଇବାକୁ ଆବେଦନକାରୀ ଅନୁରୋଧ କରିଛନ୍ତି। ଏହା ବ୍ୟତୀତ ସିବିଆଇ କିମ୍ବା ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ଏନସିବିର ଆଞ୍ଚଳିକ ମୁଖ୍ୟ ୧୮ କୋଟି ଟଙ୍କା ଚୋରାଚାଲାଣ ରାକେଟ ଅଭିଯୋଗର ଯାଞ୍ଚ ନିରପେକ୍ଷ ଭାବେ କରିବା ଲାଗି ଆବେଦନରେ ଉଲ୍ଲେଖ କରାଯାଇଛି।

ସେ ଯୁକ୍ତି ବାଢ଼ିଛନ୍ତି ଯେ, କେତେକ ବ୍ୟବସ୍ଥାର ପରିସର ବ୍ୟାପକ ଏବଂ ଏହାକୁ କାର୍ଯ୍ୟକାରୀ ଏଜେନ୍ସି ଦ୍ୱାରା ଅପବ୍ୟବହାର କରାଯିବାର ଆଶଙ୍କା ରହିଛି। ସର୍ବୋଚ୍ଚ ନ୍ୟାୟାଳୟ ଏଥିରେ ହସ୍ତକ୍ଷେପ କରିବାର ଆବଶ୍ୟକତା ରହିଛି ବୋଲି ସେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri