Posted inଫୁରସତ

ଜାତି ପ୍ରମାଣପତ୍ର ପାଇଁ କୁକୁରର ଆବେଦନ

ପାଟନା: ବିହାରର ଗୟାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜାତି ପ୍ରମାଣପତ୍ର ପାଇଁ ଟମି ନାମକ ଏକ କୁକୁର ଅବେଦନ କରିଥିବା ସରକାରୀ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଗତ ଜାନୁୟାରୀ ୭ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ତରଫରୁ ଜାତି ଭିତ୍ତିକ ଜନଗଣାନା ଆରମ୍ଭ କରାଯାଇଥିଲା। ବିହାରର ଅନେକ ଲୋକ ଜାତି ପ୍ରମାଣପତ୍ର ପାଇଁ ଆବଦେନ କରିଥିବାବେଳେ ଟମି ଏଥିରୁ ଜଣେ। ଏନେଇ ଆଧାର କାର୍ଡର ଆବଶ୍ୟକତା ରହିଥିବାବେଳେ ଟମିର ଆଧାର କାର୍ଡର ଫଟୋ ମଧ୍ୟ ଅବେଦନ ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଇଛି। ଆଧାରକାର୍ଡରେ ଥିବା ତଥ୍ୟ ଅନୁସାରେ ଟମିର ଫଟୋ ଥିବାବେଳେ ବାପାଙ୍କ ନାଁ ଜାଗାରେ ଶେରୁ ଏବଂ ମା’ଙ୍କ ସ୍ଥାନରେ ଗିନ୍ନି ଲେଖା ରହିଛି। ସେହିପରି ପେସା ସ୍ଥାନରେ ଛାତ୍ର ଲେଖାଯାଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଟମିର ଆଧାରକାର୍ଡ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ତେବେ ସରକାରୀ ଅଫିସରଙ୍କ ଅଭିଯୋଗକ୍ରମେ ସ୍ଥାନୀୟ ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କୁ ଖୋଜିବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri