ପ୍ରାର୍ଥତ୍ପତ୍ର ଦାଖଲ ଏପ୍ରିଲ ୪ରୁ

ସୋନପୁର,୨୮।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଖଣ୍ଡହତା ପଞ୍ଚାୟତ ଓ ତରଭା ବ୍ଲକର କଟାପାଲି ପଞ୍ଚାୟତରେ ସମିତି ସଭ୍ୟ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ନିର୍ବାଚନ କମିଶନ ଗତ ୨୩ ତାରିଖରେ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ୨୩ଟି ଓ୍ବାର୍ଡ ବିଶିଷ୍ଟ ଖଣ୍ଡହତା ପଞ୍ଚାୟତର ଭୋଟରଙ୍କ ସଂଖ୍ୟା ୭୨୭୪। ସେହିପରି ୧୧ ଓ୍ବାର୍ଡ ବିଶିଷ୍ଟ କଟାପାଲି ପଞ୍ଚାୟତର ଭୋଟରଙ୍କ ସଂଖ୍ୟା ୨୦୬୫। ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁଯାୟୀ ଦୁଇ ପଞ୍ଚାୟତର ସମିତି ସଭ୍ୟ ପଦବୀ ପାଇଁ ଆଶାୟୀ ପ୍ରାର୍ଥୀମାନେ ଏପ୍ରିଲ ୪ ତାରିଖରୁ ୬ ତାରିଖ ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରିବେ। ୧୦ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ୧୨ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ଅପରାହ୍ନରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ମେ ୨ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ। ମେ ୪ ତାରିଖରେ ଗଣତି ଓ ସେହିଦିନ ଫଳାଫଳ ଘୋଷଣା କରାଯିବ। ନିର୍ବାଚନ ଅଧିକାରୀ ଭାବେ ବୀରମହାରାଜପୁର ବିଡିଓ ମୋତିଲାଲ ସୁଲିଆ ଓ ତରଭା ବିଡିଓ ବିନୟ କୁମାର ପଟେଲଙ୍କୁ ନିଯୁକ୍ତ କରାଯାଇଛି। ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ତରଭା ଓ ବୀରମହାରାଜପୁର ବ୍ଲକରେ ରାଜନୈତିକ ଉଷ୍ମତା ପ୍ରକାଶ ପାଇଛି।
ଗତ ପଞ୍ଚାୟତ ନିର୍ବାଚନରେ ସରୋଜ କୁମାର କମ୍ପ ତରଭା ବ୍ଲକର କଟାପାଲି ଓ ଜରାଜାରିଙ୍ଗ ପଞ୍ଚାୟତରେ ସମିତି ସଭ୍ୟଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେ ଉଭୟ ପଞ୍ଚାୟତରୁ ନିର୍ବାଚନରେ ବିଜୟ ଲାଭ କରି ପରବର୍ତ୍ତୀ ସମୟରେ ବ୍ଲକ ଅଧ୍ୟକ୍ଷ ହୋଇଥିଲେନ୍ଦ୍‌। ଗତ ତା୧୦ା୩ା୨୦୨୨ରିଖରେ କମ୍ପ କଟାପାଲି ସମିତି ସଭ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେହି ଦିନଠାରୁ ପଞ୍ଚାୟତର ସମିତି ସଭ୍ୟ ପଦ ଖାଲି ପଡିଥିଲା। ସେହିପରି ତନୁଜା ରଣବଂଶିଆ ବୀରମହାରାଜପୁର ବ୍ଲକର ଖଣ୍ଡହତା ପଞ୍ଚାୟତର ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ଅଙ୍ଗନଓ୍ବାଡି କର୍ମୀ ଭାବେ ନିଯୁକ୍ତି ପାଇବା ପରେ ତନୁଜା ଗତ ତା୩୧ା୧ା୨୦୨୩ରିଖରେ ସମିତି ସଭ୍ୟ ପଦରୁ ଇସ୍ତଫା ପ୍ରଦାନ କରିଥିଲେ। ଫଳରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri