ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବେ ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ ପାଇଁ ୨୪ ତାରିଖ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମୋଟ ୧୨ଟି ବିଭାଗ ଲାଗି ଏହି ଆବେଦନ ପ୍ରକ୍ରିୟା ଜାନୁଆରୀ ୧୦ ଯାଏ ଚାଲିବ। ପୁରସ୍କାର ପାଇଁ ସ୍ବତନ୍ତ୍ର ୱେବ୍‌ସାଇଟ୍‌ www.msp.odisha.gov.inରେ ଆବେଦନ କରିପାରିବେ।

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପ୍ରାଥମିକ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପୁରାତନ ଛାତ୍ରୀଛାତ୍ର କମିଟି ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍‌ସିସି) ପୁରସ୍କାର, ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର, ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର, ଜିଲା ପୁରସ୍କାର, ବ୍ଲକ୍‌ ପୁରସ୍କାର, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ଆଦି ରହିଛି। ବିଦ୍ୟାଳୟ ଓ ଶିକ୍ଷକ ପୁରସ୍କାର ପାଇଁ ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନେ ଆବେଦନ କରିବେ। ଅନ୍ୟପକ୍ଷରେ ପୁରାତନ ଛାତ୍ରୀଛାତ୍ର କମିଟି ପୁରସ୍କାର ପାଇଁ ପ୍ରଧାନଶିକ୍ଷକ ଆବେଦନ କରିବେ। ଗ୍ରାମପଞ୍ଚାୟତ ପୁରସ୍କାର ପାଇଁ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଆବେଦନ କରିପାରିବେ। ସେହପିରି ଡିଇଓ, ବିଇଓ, ସିଆର୍‌ସିସି ପୁରସ୍କାର ପାଇଁ ସମ୍ପୃକ୍ତ ଅଧିକାରୀ ଆବେଦନ କରିବେ। ଜିଲା ପୁରସ୍କାର ପାଇଁ ଜିଲାପାଳ, ବ୍ଲକ ପୁରସ୍କାର ପାଇଁ ବିଡିଓ ଏବଂ ଡିଆଇଇଟି ପୁରସ୍କାର ପାଇଁ ସମ୍ପୃକ୍ତ ଡିଆଇଇଟିର ଅଧ୍ୟକ୍ଷ ନିର୍ଦ୍ଧାରିତ ୱେବ୍‌ସାଇଟରେ ଆବେଦନ କରିବେ। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବ୍‌ସାଇଟରେ ସମସ୍ତ ସୂଚନା ଉପଲବ୍ଧ ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ: କେଏସୟୁବିର ବଡ଼ ସଫଳତା

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ୩ ଶେଷ ବର୍ଷ (ସ୍ନାତକ) କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷାଫଳ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଏଥିରେ ଭଞ୍ଜନଗର କବି…

ମହିଳାଙ୍କ ସ୍ବାମୀ ଅନ୍ୟ ରାଜ୍ୟରେ କାମ କରୁଥିବା ବେଳେ ଗଢ଼ିଉଠିଲା ପ୍ରେମ, ଜାଣିବା ପରେ ହାଣିଲେ…

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଯାତ୍ରୀଙ୍କ ପକେଟ୍‌କୁ ଝଟ୍‌କା: ରାଜ୍ୟରେ ବଢ଼ିଲା ଘରୋଇ ବସ୍‌ ଭଡ଼ା, ଜାଣନ୍ତୁ କାହା ପାଇଁ କେତେ?

ଭୁବନେଶ୍ୱର,୧୫।୫: ରାଜ୍ୟରେ ଯାତ୍ରୀବାହୀ ଘରୋଇ ବସ ଭଡ଼ା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି।…

ଭଞ୍ଜନଗର ଠାକୁରାଣୀ ଯାତ୍ରା: ଅନ୍ତରା ଚକ୍ରବର୍ତ୍ତୀଙ୍କ ଗୀତରେ ଝୁମିଲେ ଦର୍ଶକ

ଭଞ୍ଜନଗର, ୧୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୨୦ତମ ଦିନରେ ପହଞ୍ଚିଛି। ଏହି ଅବସରରେ କବି ସମ୍ରାଟ ରଙ୍ଗମଞ୍ଚରେ ଅନୁଷ୍ଠିତ ସାଂସ୍କୃତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri