ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନ ୨୪ ଯାଏ ବଢ଼ିଲା

ଭୁବନେଶ୍ୱର,୧୪ା୧୦(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ଯୋଜନା ଏବଂ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଲାଗି ଆବେଦନର ଶେଷ ତାରିଖ ଅକ୍ଟୋବର ୧୦ ରହିଥିଲା। ଏବେ ଏହାକୁ ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। www.scholarship.odisha.gov.inରେ ଆବେଦନ କରିବାକୁ କୁହାଯାଇଛି। ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଇ-ମେଧାବୃତ୍ତି ଓ ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ପାଇଁ ଆବେଦନ ଫର୍ମଗୁଡିକୁ ୩୧ ତାରିଖ ମଧ୍ୟରେ ଯାଞ୍ଚ କରାଯିବ। ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନାର ଫର୍ମଗୁଡିକ ଯାଞ୍ଚ ପାଇଁ ନଭେମ୍ବର ୧୦ ଶେଷ ତାରିଖ ରଖାଯାଇଛି। ଇ-ମେଧାବୃତ୍ତି ମାଧ୍ୟମରେ ସ୍ନାତକ ଛାତ୍ରୀଛାତ୍ରଙ୍କୁ ୧୦ହଜାର, ସ୍ନାତକୋତ୍ତରଙ୍କୁ ୧୫ ହଜାର ଏବଂ ବୈଷୟିକ ଓ ବୃତ୍ତିଗତ ଛାତ୍ରୀଛାତ୍ରଙ୍କୁ ୨୦ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ। ଗୋପବନ୍ଧୁ ଯୋଜନାରେ ଯେଉଁ ପିଲାଙ୍କର ପାରିବାରିକ ଆୟ ୨ଲକ୍ଷ ୫୦ ହଜାର ଟଙ୍କାରୁ କମ୍‌ ରହିଛି, ସେମାନଙ୍କୁ ପ୍ରତି ବର୍ଷ ୨୦ହଜାର ଟଙ୍କା ବୃତ୍ତି ପ୍ରଦାନ କରାଯାଉଛି। ସେହିପରି ଓଡ଼ିଆ ସ୍ନାତକୋତ୍ତର ପାଠ୍ୟକ୍ରମରେ ଯୋଗ୍ୟତା ଅର୍ଜନ କରିଥିବା ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କୁ ଏକକାଳୀନ ୩୦ହଜାର ଟଙ୍କା ଏବଂ ଓଡ଼ିଆ ସମ୍ମାନ(ମେଜର)ସ୍ନାତକ ପାଠ୍ୟକ୍ରମରେ ଯୋଗ୍ୟତା ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ଏକକାଳୀନ ୨୦ ହଜାର ଟଙ୍କା ଆର୍ଥିକ ଅନୁଦାନ ଯୋଗାଇ ଦିଆଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri