ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟର ସମସ୍ତ ଯୁକ୍ତ୩ ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ ଓ ସଂସ୍କୃତ କଲେଜଗୁଡ଼ିକରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ଆରମ୍ଭ ହୋଇଛି। ଚଳିତବର୍ଷ କେବଳ ଅନ୍‌ଲାଇନରେ ଆବେଦନ ପ୍ରକ୍ରିୟା ଅନୁଷ୍ଠିତ ହେଉଛି। ପ୍ରଥମ ଦିନରେ ୧୩, ୦୬୨ ଜଣ ଛାତ୍ରୀଛାତ୍ର ନାମ ପଞ୍ଜୀକରଣ କରିଥିବାବେଳେ ୮,୫୦୦ରୁ ଅଧିକ ଆବେଦନ କରିଛନ୍ତି। ଛାତ୍ରୀଛାତ୍ରମାନେ www.dheodisha.gov.in/ www.samsodisha.gov.in ୱେବ୍‌ସାଇଟ୍‌ରେ କମନ ଆପ୍ଲିକେଶନ ଫର୍ମ(ସିଏଏଫ) ପୂରଣ କରି ଆବେଦନ କରିପାରିବେ। ଆବେଦନ ପାଇଁ ଆସନ୍ତା ୨୨ ରାତି ୧୧ଟା ୪୫ ପର୍ଯ୍ୟନ୍ତ ୱେବ୍‌ସାଇଟ୍‌ ଖୋଲା ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ସୂଚନା ଦେଇଛି।
ଅନ୍ୟପକ୍ଷରେ ୨୮ ତାରିଖ ପୂର୍ବାହ୍ଣ ୧୧ଟାରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଉକ୍ତଦିନଠାରୁ ଅକ୍ଟୋବର ୧ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ସାମ୍ସ ଆକାଉଣ୍ଟରେ ଅନ୍‌ଲାଇନରେ ନାମଲେଖା ଫି’ ଦାଖଲ କରିବେ। ୨୯ ତାରିଖରୁ ଅକ୍ଟୋବର ୨ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ୩ ତାରିଖ ସନ୍ଧ୍ୟାରେ ନାମଲେଖା ସମ୍ପର୍କିତ ତଥ୍ୟ ୱେବ୍‌ସାଇଟରେ ଉପଲବ୍ଧ ହେବ। ଅକ୍ଟୋବର ୮ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇବ ଓ ଅକ୍ଟୋବର ୧୦ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ଅନ୍‌ଲାଇନରେ ନାମଲେଖା ଫି’ ଦାଖଲ କରି ନାମ ଲେଖାଇବେ। ଏହି ପର୍ଯ୍ୟାୟ ନାମଲେଖା ସମ୍ପର୍କରେ ତଥ୍ୟ ଅକ୍ଟୋବର ୧୩ ସନ୍ଧ୍ୟାରେ ପ୍ରକାଶ ପାଇବ। ସେହିଭଳି ସ୍ପଟ୍‌ ଆଡ୍‌ମିଶନ ସମ୍ପର୍କରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କଲେଜଗୁଡିକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ ପଠାଯିବ। ଏଥର ନାମଲେଖା ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସାମ୍ସ ଇ-ଆଡ଼ମିଶନ ମାଧ୍ୟମରେ କରାଯାଉଥିବାରୁ ଛାତ୍ରୀଛାତ୍ରମାନେ ଅନ୍ୟ କୌଣସି କଲେଜ କିମ୍ବା ୱେବ୍‌ସାଇଟ ସୂଚନା ଉପରେ ବିଶ୍ୱାସ ନ କରିବାକୁ ବିଭାଗ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri