ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟର ସମସ୍ତ ଯୁକ୍ତ୩ ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ ଓ ସଂସ୍କୃତ କଲେଜଗୁଡ଼ିକରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ଆରମ୍ଭ ହୋଇଛି। ଚଳିତବର୍ଷ କେବଳ ଅନ୍‌ଲାଇନରେ ଆବେଦନ ପ୍ରକ୍ରିୟା ଅନୁଷ୍ଠିତ ହେଉଛି। ପ୍ରଥମ ଦିନରେ ୧୩, ୦୬୨ ଜଣ ଛାତ୍ରୀଛାତ୍ର ନାମ ପଞ୍ଜୀକରଣ କରିଥିବାବେଳେ ୮,୫୦୦ରୁ ଅଧିକ ଆବେଦନ କରିଛନ୍ତି। ଛାତ୍ରୀଛାତ୍ରମାନେ www.dheodisha.gov.in/ www.samsodisha.gov.in ୱେବ୍‌ସାଇଟ୍‌ରେ କମନ ଆପ୍ଲିକେଶନ ଫର୍ମ(ସିଏଏଫ) ପୂରଣ କରି ଆବେଦନ କରିପାରିବେ। ଆବେଦନ ପାଇଁ ଆସନ୍ତା ୨୨ ରାତି ୧୧ଟା ୪୫ ପର୍ଯ୍ୟନ୍ତ ୱେବ୍‌ସାଇଟ୍‌ ଖୋଲା ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ସୂଚନା ଦେଇଛି।
ଅନ୍ୟପକ୍ଷରେ ୨୮ ତାରିଖ ପୂର୍ବାହ୍ଣ ୧୧ଟାରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଉକ୍ତଦିନଠାରୁ ଅକ୍ଟୋବର ୧ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ସାମ୍ସ ଆକାଉଣ୍ଟରେ ଅନ୍‌ଲାଇନରେ ନାମଲେଖା ଫି’ ଦାଖଲ କରିବେ। ୨୯ ତାରିଖରୁ ଅକ୍ଟୋବର ୨ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ୩ ତାରିଖ ସନ୍ଧ୍ୟାରେ ନାମଲେଖା ସମ୍ପର୍କିତ ତଥ୍ୟ ୱେବ୍‌ସାଇଟରେ ଉପଲବ୍ଧ ହେବ। ଅକ୍ଟୋବର ୮ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇବ ଓ ଅକ୍ଟୋବର ୧୦ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ଅନ୍‌ଲାଇନରେ ନାମଲେଖା ଫି’ ଦାଖଲ କରି ନାମ ଲେଖାଇବେ। ଏହି ପର୍ଯ୍ୟାୟ ନାମଲେଖା ସମ୍ପର୍କରେ ତଥ୍ୟ ଅକ୍ଟୋବର ୧୩ ସନ୍ଧ୍ୟାରେ ପ୍ରକାଶ ପାଇବ। ସେହିଭଳି ସ୍ପଟ୍‌ ଆଡ୍‌ମିଶନ ସମ୍ପର୍କରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କଲେଜଗୁଡିକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ ପଠାଯିବ। ଏଥର ନାମଲେଖା ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସାମ୍ସ ଇ-ଆଡ଼ମିଶନ ମାଧ୍ୟମରେ କରାଯାଉଥିବାରୁ ଛାତ୍ରୀଛାତ୍ରମାନେ ଅନ୍ୟ କୌଣସି କଲେଜ କିମ୍ବା ୱେବ୍‌ସାଇଟ ସୂଚନା ଉପରେ ବିଶ୍ୱାସ ନ କରିବାକୁ ବିଭାଗ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri