ମୁଖ୍ୟମନ୍ତ୍ରୀ ଋଣ ଛାଡ଼ ଯୋଜନା ପାଇଁ ଆବେଦନ ଆରମ୍ଭ, ଯେକୌଣସି ବ୍ୟାଙ୍କରୁ ଋଣ ନେଇଥିଲେ ମିଳିବ ସୁବିଧା

ଭୁବନେଶ୍ୱର,୧୮।୧୨: ରାଜ୍ୟର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଜଭୁତ କରିବା ଲାଗି ‘ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ଯୋଜନା’ ଆରମ୍ଭ ହୋଇଛି । କୋଭିଡ୍ ମହାମାରୀ ପାଇଁ ରାଜ୍ୟର ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର କ୍ଷତିର ସମ୍ମୁଖୀନ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି ଉଦ୍ୟୋଗୀମାନଙ୍କର କ୍ଷତିଭରଣା ପାଇଁ ସରକାର ସୁଧ ଫେରସ୍ତ ବ୍ୟବସ୍ଥା କରିଛନ୍ତି ।

ଚଳିତ ମାସ ୧୫ ତାରିଖରୁ ସୁଧ ଫେରସ୍ତ ପାଇବା ପାଇଁ ଆବେଦନ ଗ୍ରହଣ ଆରମ୍ଭ ହୋଇଛି । cm-srim.odisha.gov.in ପୋର୍ଟାଲରେ ଆବେଦନପତ୍ର ଗ୍ରହଣ ଆରମ୍ଭ ହୋଇଛି । ୨୦୨୦ ମସିହା ଏପ୍ରିଲ ୧ ତାରିଖ ପୂର୍ବରୁ କାର୍ଯ୍ୟକ୍ଷମ ହୋଇଥିବା ଏମ୍‌.ଏସ୍‌.ଏମ୍‌.ଇ ୟୁନିଟ୍ ସୁଧ ଫେରସ୍ତ ପାଇଁ ଆବେଦନ କରିପାରିବେ । ଯେକୌଣସି ବ୍ୟାଙ୍କରୁ ଋଣ ନେଇଥିଲେ ମଧ୍ୟ ଏମ୍‌.ଏସ୍‌.ଏମ୍‌.ଇ ୟୁନିଟ୍‌ ଗୁଡିକ ଏହି ସୁବିଧା ପାଇପାରିବେ । ଏହି ନୂତନ ଯୋଜନା ପାଇଁ ରାଜ୍ୟ ସରକାର ବାର୍ଷିକ ୨୦୦ କୋଟି ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିବେ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri