ପ୍ରଧାନଶିକ୍ଷକ, ଶିକ୍ଷକଙ୍କ ବଦଳି ପାଇଁ ଆଜିଠୁ ଆବେଦନ

ଭୁବନେଶ୍ୱର,୧୫ା୫(ସୁଚିସ୍ମିତା ସାହୁ): ୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ଆବେଦନ ଗୁରୁବାରଠାରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଜୁନ୍‌ ୧୩ ସୁଦ୍ଧା ଏହି ବଦଳି ପ୍ରକ୍ରିୟା ଶେଷ କରିବାକୁ ମାଧ୍ୟମିକ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦିଆଯାଇଛି।
ଉକ୍ତ କ୍ୟାଲେଣ୍ଡର ଅନୁସାରେ, ମେ ୧୫ରୁ ୩୦ ପର୍ଯ୍ୟନ୍ତ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ପ୍ରଧାନ ଶିକ୍ଷକମାନେ ବଦଳି ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ୩୧ ସୁଦ୍ଧା ଜିଲା ଶିକ୍ଷା ଅଧିକାରୀମାନେ ଆବେଦନ ଫର୍ମଗୁଡ଼ିକର ଯାଞ୍ଚ କରିବା ସହିତ ଅପ୍‌ଲୋଡ କରିବେ। ୫ ଜୁନ୍‌ ସୁଦ୍ଧା ମେଡିକାଲ ମାମଲାଗୁଡିକୁ ମେଡିକାଲ ବୋର୍ଡକୁ ପଠାଯିବ। ଜୁନ ୧୦ ମଧ୍ୟରେ ମେଡିକାଲ ପରୀକ୍ଷା ଓ ରିପୋର୍ଟକୁ ଗ୍ରହଣ କରାଯିବ। ୧୧ ତାରିଖ ମଧ୍ୟରେ ଯୋଗ୍ୟ ପ୍ରାର୍ଥୀଙ୍କ ଡ୍ରାଫ୍ଟ ଲିଷ୍ଟ ପ୍ରସ୍ତୁତ ହେବ। ୧୩ରେ ରାଜ୍ୟସ୍ତରରେ ସ୍ଥାନାନ୍ତର କମିଟି ଦ୍ୱାରା ପ୍ରଧାନଶିକ୍ଷକ ଏବଂ ଶିକ୍ଷକଙ୍କ ଆନ୍ତଃଜିଲା ସ୍ଥାନାନ୍ତର ପାଇଁ ଯୋଗ୍ୟ ତାଲିକାର ଯାଞ୍ଚ କରାଯିବା ସହିତ ଅନୁମୋଦନ କରାଯିବ। ସେହିପରି ଜିଲାସ୍ତରରେ ସ୍ଥାନାନ୍ତର କମିଟି ଦ୍ୱାରା ଅନ୍ୟ ଶିକ୍ଷକଙ୍କ ସ୍ଥାନାନ୍ତର ପାଇଁ ଯୋଗ୍ୟ ତାଲିକାର ଯାଞ୍ଚ କରାଯିବ। ସେହିଦିନ ହିଁ ବଦଳି ନିର୍ଦ୍ଦେଶ ଜାରି କରାଯିବ। ଅଗଷ୍ଟ ୧୦ ସୁଦ୍ଧା ରିଲିଭ୍‌ ଓ ଯୋଗଦେବା କାର୍ଯ୍ୟ ସରିବ। ଅଗଷ୍ଟ ୧୦ରୁ ୧୭ଯାଏ ଶିକ୍ଷକଙ୍କ ପ୍ରୋଫାଇଲ ପୁଣିଥରେ ଖୋଲାଯିବ।
ଏହି ବଦଳି ପ୍ରକ୍ରିୟାରେ ବିଦ୍ୟାଳୟର ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ଅନୁପାତକୁ ଅନୁଧ୍ୟାନ କରାଯିବ। ସେହି ଅନୁସାରେ ଶିକ୍ଷକ ନିଯୁକ୍ତି ପାଇଁ ମେ ୩୧ ସୁଦ୍ଧା ତାଲିକା କରାଯିବ। ଜିଲା ଶିକ୍ଷା ଅଧିକାରୀ ୨୫ ଜୁନ ସୁଦ୍ଧା ବଦଳି ପାଇଁ ତାଲିକା ପ୍ରସ୍ତୁତ କରିବେ। ୨୫ ଜୁନ ମଧ୍ୟରେ ସମସ୍ତ ଶିକ୍ଷକଙ୍କୁ ବଦଳି ପାଇଁ ଅନୁମତି ପ୍ରଦାନ କରାଯିବା ସହିତ ୩୦ ଜୁନ ମଧ୍ୟରେ ବଦଳି ଅର୍ଡର ବାହାର କରାଯିବ ବୋଲି ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।
ସେହିପରି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ନେଇ ମେ ୧୭ ସୁଦ୍ଧା ପ୍ରତି ଜିଲାର ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଅନୁପାତ ଦେବାକୁ ଓସେପାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୧୫ରୁ ୩୦ ପର୍ଯ୍ୟନ୍ତ ଶିକ୍ଷୟିତ୍ରୀ ଶିକ୍ଷକମାନେ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। ଜୁନ୍‌ ୩ ସୁଦ୍ଧା ପ୍ରସ୍ତାବଗୁଡ଼ିକୁ ବ୍ଲକ ଶିକ୍ଷା ଅଧିକାରୀମାନେ ଜିଲା ଶିକ୍ଷା ଅଧିକାରୀଙ୍କ ନିକଟକୁ ପଠାଇବେ। ସେହିପରି ୫ରେ ସମସ୍ତ ପ୍ରସ୍ତାବଗୁଡ଼ିକୁ ନିର୍ଦ୍ଦେଶକ (ଆନ୍ତଃ ଜିଲା)ଙ୍କୁ ପଠାଯିବ। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଡିଏଲ୍‌ଟିସିମାନେ ଜୁନ୍‌ ୯ରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଅନୁମୋଦନ କରିବେ। ଜୁନ୍‌ ୧୧ରେ ଓସେପା ଓ୍ବେବ୍‌ସାଇଟ୍‌ରେ ବଦଳି ତାଲିକା ପ୍ରକାଶ ପାଇବ ଓ ୧୩ରେ ବଦଳି ସ୍ଥାନରେ ଯୋଗଦେବାକୁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri