ପ୍ରଧାନଶିକ୍ଷକ, ଶିକ୍ଷକଙ୍କ ବଦଳି ପାଇଁ ଆଜିଠୁ ଆବେଦନ

ଭୁବନେଶ୍ୱର,୧୫ା୫(ସୁଚିସ୍ମିତା ସାହୁ): ୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ଆବେଦନ ଗୁରୁବାରଠାରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଜୁନ୍‌ ୧୩ ସୁଦ୍ଧା ଏହି ବଦଳି ପ୍ରକ୍ରିୟା ଶେଷ କରିବାକୁ ମାଧ୍ୟମିକ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦିଆଯାଇଛି।
ଉକ୍ତ କ୍ୟାଲେଣ୍ଡର ଅନୁସାରେ, ମେ ୧୫ରୁ ୩୦ ପର୍ଯ୍ୟନ୍ତ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ପ୍ରଧାନ ଶିକ୍ଷକମାନେ ବଦଳି ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ୩୧ ସୁଦ୍ଧା ଜିଲା ଶିକ୍ଷା ଅଧିକାରୀମାନେ ଆବେଦନ ଫର୍ମଗୁଡ଼ିକର ଯାଞ୍ଚ କରିବା ସହିତ ଅପ୍‌ଲୋଡ କରିବେ। ୫ ଜୁନ୍‌ ସୁଦ୍ଧା ମେଡିକାଲ ମାମଲାଗୁଡିକୁ ମେଡିକାଲ ବୋର୍ଡକୁ ପଠାଯିବ। ଜୁନ ୧୦ ମଧ୍ୟରେ ମେଡିକାଲ ପରୀକ୍ଷା ଓ ରିପୋର୍ଟକୁ ଗ୍ରହଣ କରାଯିବ। ୧୧ ତାରିଖ ମଧ୍ୟରେ ଯୋଗ୍ୟ ପ୍ରାର୍ଥୀଙ୍କ ଡ୍ରାଫ୍ଟ ଲିଷ୍ଟ ପ୍ରସ୍ତୁତ ହେବ। ୧୩ରେ ରାଜ୍ୟସ୍ତରରେ ସ୍ଥାନାନ୍ତର କମିଟି ଦ୍ୱାରା ପ୍ରଧାନଶିକ୍ଷକ ଏବଂ ଶିକ୍ଷକଙ୍କ ଆନ୍ତଃଜିଲା ସ୍ଥାନାନ୍ତର ପାଇଁ ଯୋଗ୍ୟ ତାଲିକାର ଯାଞ୍ଚ କରାଯିବା ସହିତ ଅନୁମୋଦନ କରାଯିବ। ସେହିପରି ଜିଲାସ୍ତରରେ ସ୍ଥାନାନ୍ତର କମିଟି ଦ୍ୱାରା ଅନ୍ୟ ଶିକ୍ଷକଙ୍କ ସ୍ଥାନାନ୍ତର ପାଇଁ ଯୋଗ୍ୟ ତାଲିକାର ଯାଞ୍ଚ କରାଯିବ। ସେହିଦିନ ହିଁ ବଦଳି ନିର୍ଦ୍ଦେଶ ଜାରି କରାଯିବ। ଅଗଷ୍ଟ ୧୦ ସୁଦ୍ଧା ରିଲିଭ୍‌ ଓ ଯୋଗଦେବା କାର୍ଯ୍ୟ ସରିବ। ଅଗଷ୍ଟ ୧୦ରୁ ୧୭ଯାଏ ଶିକ୍ଷକଙ୍କ ପ୍ରୋଫାଇଲ ପୁଣିଥରେ ଖୋଲାଯିବ।
ଏହି ବଦଳି ପ୍ରକ୍ରିୟାରେ ବିଦ୍ୟାଳୟର ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ଅନୁପାତକୁ ଅନୁଧ୍ୟାନ କରାଯିବ। ସେହି ଅନୁସାରେ ଶିକ୍ଷକ ନିଯୁକ୍ତି ପାଇଁ ମେ ୩୧ ସୁଦ୍ଧା ତାଲିକା କରାଯିବ। ଜିଲା ଶିକ୍ଷା ଅଧିକାରୀ ୨୫ ଜୁନ ସୁଦ୍ଧା ବଦଳି ପାଇଁ ତାଲିକା ପ୍ରସ୍ତୁତ କରିବେ। ୨୫ ଜୁନ ମଧ୍ୟରେ ସମସ୍ତ ଶିକ୍ଷକଙ୍କୁ ବଦଳି ପାଇଁ ଅନୁମତି ପ୍ରଦାନ କରାଯିବା ସହିତ ୩୦ ଜୁନ ମଧ୍ୟରେ ବଦଳି ଅର୍ଡର ବାହାର କରାଯିବ ବୋଲି ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।
ସେହିପରି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ନେଇ ମେ ୧୭ ସୁଦ୍ଧା ପ୍ରତି ଜିଲାର ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଅନୁପାତ ଦେବାକୁ ଓସେପାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୧୫ରୁ ୩୦ ପର୍ଯ୍ୟନ୍ତ ଶିକ୍ଷୟିତ୍ରୀ ଶିକ୍ଷକମାନେ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। ଜୁନ୍‌ ୩ ସୁଦ୍ଧା ପ୍ରସ୍ତାବଗୁଡ଼ିକୁ ବ୍ଲକ ଶିକ୍ଷା ଅଧିକାରୀମାନେ ଜିଲା ଶିକ୍ଷା ଅଧିକାରୀଙ୍କ ନିକଟକୁ ପଠାଇବେ। ସେହିପରି ୫ରେ ସମସ୍ତ ପ୍ରସ୍ତାବଗୁଡ଼ିକୁ ନିର୍ଦ୍ଦେଶକ (ଆନ୍ତଃ ଜିଲା)ଙ୍କୁ ପଠାଯିବ। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଡିଏଲ୍‌ଟିସିମାନେ ଜୁନ୍‌ ୯ରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଅନୁମୋଦନ କରିବେ। ଜୁନ୍‌ ୧୧ରେ ଓସେପା ଓ୍ବେବ୍‌ସାଇଟ୍‌ରେ ବଦଳି ତାଲିକା ପ୍ରକାଶ ପାଇବ ଓ ୧୩ରେ ବଦଳି ସ୍ଥାନରେ ଯୋଗଦେବାକୁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri