୧୮ରୁ ଆବେଦନ, ୨୪ରେ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଖାଲି ପଡ଼ିଥିବା ସିଟ୍‌ରେ ଏହି ନାମଲେଖା ହେବ। ଏଥିପାଇଁ ଆସନ୍ତା ୧୮ତାରିଖ ପୂର୍ବାହ୍ନ ସାଢ଼େ ୧୧ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓ୍ବେବ୍‌ସାଇଟ୍‌ www.samsodisha.gov.inରେ କମନ୍‌ ଆପ୍ଲିକେସନ ଫର୍ମ(ସିଏଏଫ୍‌) ଉପଲବ୍ଧ ହେବ। ଛାତ୍ରୀଛାତ୍ରମାନେ ୨୨ ତାରିଖ ରାତି ୧୧ଟା ୫୫ ସୁଦ୍ଧା ଆବେଦନ କରିବେ। ୨୪ ତାରିଖ ଅପରାହ୍ନ ୩ଟାରେ ମେରିଟ୍‌ ଓ ଓ୍ବେଟିଂ ଲିଷ୍ଟ ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୨୫ ତାରିଖ ସକାଳ ୧୦ଟାରୁ ୨୬ ତାରିଖ ଅପରାହ୍ନ ୪ଟା ସୁଦ୍ଧା ନାମ ଲେଖାଇବେ। ୨୬ ତାରିଖ ଅପରାହ୍ନ ୪ଟା ୧୫ରୁ ୨୭ ତାରିଖ ଅପରାହ୍ନ ୨ଟା ମଧ୍ୟରେ ଓ୍ବେଟିଂ ଲିଷ୍ଟରେ ଥିବା ଛାତ୍ରୀଛାତ୍ରମାନେ ନାମ ପଞ୍ଜୀକରଣ କରିବେ ଓ ସେହିଦିନ ଅପରାହ୍ନ ୪ଟାରେ ପଞ୍ଜୀକୃତ କରିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଏହି ଛାତ୍ରୀଛାତ୍ରମାନେ ୨୭ ତାରିଖ ଅପରାହ୍ନ ୪ଟାରୁ ୨୯ ତାରିଖ ଅପରାହ୍ନ ୫ଟା ମଧ୍ୟରେ ନାମ ଲେଖାଇବେ। ତେବେ ଯେଉଁ ପିଲାମାନେ ପ୍ରଥମ କରି ଆବେଦନ କରିବେ ସେମାନେ www.samsodisha.gov.inରେ ନିଜର ଫୋନ୍‌ ନମ୍ବର ଓ ଇମେଲ୍‌ ଠିକଣା ଦେଇ ନାମ ପଞ୍ଜୀକରଣ କରିବେ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri