୩୦ଯାଏ କନିଷ୍ଠ ମେଧାବୃତ୍ତି ପାଇଁ ଆବେଦନ

ଭୁବନେଶ୍ୱର,୧୯ା୧୧(ଅନୁରାଧା ମହାରଣା): ରାଜ୍ୟର ଦ୍ୱାଦଶ ଶ୍ରେଣୀର ମେଧାବୀ ଛାତ୍ରୀଛାତ୍ରଙ୍କୁ କନିଷ୍ଠ ମେଧାବୃତ୍ତି ପ୍ରଦାନ ପାଇଁ ଆବେଦନ ଆରମ୍ଭ ହୋଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ସିବିଏସ୍‌ଇ ଓ ଆଇସିଏସ୍‌ଇ ଅନୁବନ୍ଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର୍‌. ଆୟରଙ୍କ ପକ୍ଷରୁ ଜାରି ଏହି ଚିଠିରେ ଆବେଦନର ପ୍ରଣାଳୀ, ଯୋଗ୍ୟତା, ସମୟସୀମା ଆଦି ସମ୍ପର୍କରେ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି। ଇ- ମେଧାବୃତ୍ତି ଯୋଜନାରେ ରାଜ୍ୟର ମୋଟ ୧୦ ହଜାର ଛାତ୍ରୀଛାତ୍ରଙ୍କୁ ଏହି ମେଧାବୃତ୍ତି ପ୍ରଦାନ କରାଯିବାକୁ ଥିବାବେଳେ ଆସନ୍ତା ୩୦ ତାରିଖ ଯାଏ ଆବେଦନ ଗ୍ରହଣ କରାଯିବ। ଦଶମରେ ୬୦%ରୁ ଅଧିକ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କ ବାର୍ଷିକ ଆୟ ୬ଲକ୍ଷ ଟଙ୍କାରୁ କମ୍‌ ଥିଲେ ସେମାନେ ମେଧାବୃତ୍ତି ପାଇଁ ଆବେଦନ କରିପାରିବେ। ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ବାର୍ଷିକ ୩ ହଜାର ଟଙ୍କା ବୃତ୍ତି ରାଶି ପାଇବେ ା ଆବେଦନ ସମ୍ପର୍କିତ ସମସ୍ତ ତଥ୍ୟ ସାମସ୍‌ ଓ୍ବେବ୍‌ସାଇଟରେ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?