Posted inଜାତୀୟ

ହଜ ଯାତ୍ରା ଉପରେ ଲାଗିଥିବା ପ୍ରତିବନ୍ଧକ ହଟିଲା: ନଭେମ୍ବର ୭ରୁ ୧୦ଯାଏଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୬।୧୧: ହଜ ଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଥିବା ଯାତ୍ରୀଙ୍କ ପାଇଁ ଖୁସି ଖବର। ହଜ କମିଟି ଅଫ୍‌ ଇଣ୍ଡିଆ ପକ୍ଷରୁ ହଜ ଯାତ୍ରା ୨୦୨୧ ପାଇଁ ଆକ୍ସନ ପ୍ଲାନ ଜାରି କରାଯାଇଛି। କିନ୍ତୁ କରୋନା କାଳ ପାଇଁ ଚଳିତ ଥର କିଛି ପରିବର୍ତ୍ତନ କରାଯାଇଛି। ଖୁବ୍‌ଶୀଘ୍ର ଏନେଇ ଗାଇଡ୍‌ଲାଇନ ମଧ୍ୟ ଜାରି କରାଯିବ। ତେବେ ହଜ୍‌ ଯାତ୍ରା ସମୟରେ ସମସ୍ତ କୋଭିଡ ନିୟମକୁ କଡ଼ାକଡ଼ି ପାଳନ କରାଯିବ ବୋଲି ନିର୍ଦ୍ଦେଶ ରହିଛି। ବର୍ତ୍ତମାନ ଆକ୍ସନ ପ୍ଲାନ ଅନୁସାରେ ହଜ୍‌ ଯାତ୍ରା ପାଇଁ ନଭେମ୍ବର ୭ରୁ ୧୦ଯାଏଁ ଯାତ୍ରୀମାନେ ଅନ୍‌ଲାଇନରେ ଆବେଦନ କରିପାରିବେ। ଜାନୁଆରୀ ୧ ହେଉଛି ଯାତ୍ରୀଙ୍କ ମେଡିକାଲ ସାର୍ଟିଫିକେଟ ଜମା କରିବାର ଶେଷ ତାରିଖ। ମାର୍ଚ୍ଚରେ ୧ଯାଏ ସେମାନେ ନିଜର ପ୍ରଥମ କିସ୍ତି ଜମା କରିପାରିବେ। ଅନ୍ୟପଟେ ଟଙ୍କା ଜମା କରିବାର ଶେଷ ତାରିଖ ରହିଛି ଏପ୍ରିଲ ୨୦୨୧ଯାଏ। ମେ ୧୫-୧୬ରେ ଭ୍ୟାକସିନ୍‌ କ୍ୟାମ୍ପରେ ଯାତ୍ରୀଙ୍କୁ ଭ୍ୟାକସିନ୍‌ ଦିଆଯିବ। ଏହାପରେ ଜୁନ ୨୬ରୁ ହଜ୍‌ ଯାତ୍ରୀ ସାଉଦି ଆରବ ପାଇଁ ଯାତ୍ରା କରିବେ ଏବଂ ଜୁଲାଇ ୧୩ରେ ଶେଷ ଯାତ୍ରୀଙ୍କ ଉଡାଣ ଭରିବ। ସେଠାରୁ ଅଗଷ୍ଟ ୧୪ରେ ଯାତ୍ରୀଙ୍କ ପ୍ରତ୍ୟାବର୍ତ୍ତନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri