Posted inଜାତୀୟ

ତଦନ୍ତ ଲାଗି ବରିଷ୍ଠ ଆଇପିଏସ୍‌ ଅଫିସର ନିଯୁକ୍ତ କର

ନୂଆଦିଲ୍ଲୀ,୨୬ା୯: ଉତ୍ତରପ୍ରଦେଶର ମୁଜାଫରନଗରସ୍ଥିତ ଏକ ଘରୋଇ ସ୍କୁଲ୍‌ରେ ଜଣେ ୮ ବର୍ଷର ମୁସଲମାନ ଛାତ୍ରଙ୍କୁ ସହପାଠୀମାନଙ୍କ ଦ୍ୱାରା ଶିକ୍ଷୟିତ୍ରୀ ମାଡ଼ ମରାଇବା ଘଟଣା ଅତ୍ୟନ୍ତ ସାଂଘାତିକ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହି ମାମଲାର ତଦନ୍ତ ପାଇଁ ଜଣେ ବରିଷ୍ଠ ଆଇପିଏସ୍‌ ଅଫିସର ନିଯୁକ୍ତ କରିବାକୁ ସର୍ବୋଚ୍ଚ ଅଦାଲତ ସୋମବାର ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତକାରୀ ଅଫିସର ତାଙ୍କ ରିପୋର୍ଟ ସୁପ୍ରିମକୋର୍ଟରେ ଦାଖଲ କରିବାକୁ ଜଷ୍ଟିସ ଅଭୟ ଏସ୍‌. ଓକା ଏବଂ ପଙ୍କଜ ମିଥଲଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେବା ସହ ରାଜ୍ୟ ସରକାର ପୀଡ଼ିତ ଛାତ୍ର ଓ ଅନ୍ୟମାନଙ୍କୁ କୌଣସି ପେସାଦାର ପରାମର୍ଶଦାତାଙ୍କ ଦ୍ୱାରା କାଉନ୍‌ସେଲିଂ କରାଇବା ପାଇଁ କହିଛନ୍ତି। ଉତ୍ତରପ୍ରଦେଶ ସରକାର ଶିକ୍ଷା ଅଧିକାର ଆଇନରେ ଥିବା ବ୍ୟବସ୍ଥାଗୁଡ଼ିକର ଅନୁପାଳନରେ ବିଫଳ ହୋଇଥିବା ଏହି ମାମଲାରୁ ଜଣାପଡ଼ିଛି। ଜାତି, ଧର୍ମ ଓ ଲିଙ୍ଗ ନିର୍ବିଶେଷରେ କୌଣସି ଭେଦଭାବ ନ ରଖି ୧୪ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କୁ ଉନ୍ନତ ମାନର ମୁକ୍ତ ଓ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ କରିବାକୁ ଶିକ୍ଷା ଅଧିକାର ଆଇନରେ ବ୍ୟବସ୍ଥା ରହିଛି। ସାରା ଦେଶରେ ଥିବା ସ୍କୁଲ୍‌ଗୁଡ଼ିକରେ ଉକ୍ତ ଆଇନ କାର୍ଯ୍ୟକାରୀ ହୋଇଛି କି ନାହିଁ ତାହାର ଏକ ଷ୍ଟାଟସ୍‌ ରିପୋର୍ଟ ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ ୟୁପି ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ମାମଲାର ଶୀଘ୍ର ବିଚାର ଲାଗି ମହାତ୍ମା ଗାନ୍ଧୀଙ୍କ ଅଣନାତି ତୁଷାର ଗାନ୍ଧୀ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ। ଛାତ୍ରଙ୍କୁ ମାଡ଼ ମରାଇବା ଘଟଣାରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ତାହାର ଏକ ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି ଗତ ୬ ତାରିଖରେ ସର୍ବୋଚ୍ଚ ଅଦାଲତ ମୁଜାଫରନଗର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଘର ପାଠପଢ଼ା କରି ନ ଥିବାରୁ ଛାତ୍ରଙ୍କ ସମ୍ପ୍ରଦାୟ ନାଁ ନେଇ ଗାଳିଦେବା ସହ ପିଲାମାନଙ୍କ ଦ୍ୱାରା ମାଡ଼ ମରାଇଥିବା ଶିକ୍ଷୟିତ୍ରୀଙ୍କ ବିରୋଧରେ ମୁଜାଫରନଗର ପୋଲିସ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri