Posted inରାଜ୍ୟ

ଏଓଆର୍‌ ନିଯୁକ୍ତ, ଦିଲ୍ଲୀ ଗଲା ରାଜସ୍ବ ଟିମ୍‌

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ସରକାର କୋଟିଆରେ ପଞ୍ଚାୟତ ନିର୍ବାଚନ କରାଇବା ପ୍ରସଙ୍ଗରେ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ରାଜ୍ୟ ଆଇନ ବିଭାଗ ପକ୍ଷରୁ ଶିବଶଙ୍କର ମିଶ୍ରଙ୍କୁ ଆଡଭୋକେଟ୍‌ ଅନ୍‌ ରେକର୍ଡ (ଏଓଆର୍‌) ନିଯୁକ୍ତ କରାଯାଇଛି। ଇତିମଧ୍ୟରେ ତାଙ୍କୁ ଚିଠି ହୋଇଛି। ସେହିପରି କୋରାପୁଟ ଏଡିଏମ୍‌ଙ୍କ ନେତୃତ୍ୱରେ ରାଜସ୍ବ ବିଭାଗର ଏକ ଟିମ୍‌ ଦିଲ୍ଲୀ ଗସ୍ତ କରଛି। ସୁପ୍ରିମକୋର୍ଟରେ କିଭଳି ମାମଲା ଲଢ଼ାଯିବ ସେନେଇ ଏମାନେ ଆଲୋଚନା କରିବେ ବୋଲି ଜଣାପଡିଛି।
ଏହି ଘଟଣାକୁ ନେଇ ରାଜ୍ୟ ରାଜନୀତି ମଧ୍ୟ ଜୋର ଧରିଛି। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ୧୯୩୬ ମସିହାରୁ କୋରାପୁଟ ଜିଲା ପଟ୍ଟାଙ୍ଗୀ ଅଞ୍ଚଳରେ କୋଟିଆ ପଞ୍ଚାୟତ ଓଡ଼ିଶା ଭୂଖଣ୍ଡରେ ରହିଛି। ହେଲେ ବର୍ତ୍ତମାନ ଆନ୍ଧ୍ର ସରକାର ସେଠାରେ ପଞ୍ଚାୟତ ନିର୍ବାଚନ କରିବାକୁ ମସୁଧା ଚଳାଇଛନ୍ତି। ଦୀର୍ଘଦିନ ଧରି ଦୁଇ ରାଜ୍ୟ ଭିତରେ ଏହି ବିବାଦ ଲାଗି ରହିଥିବା ବେଳେ ରାଜ୍ୟ ସରକାର କୋଟିଆରେ ସରକାରୀ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛନ୍ତି। ତେଣୁ ଏଭଳି ସମୟରେ ଓଡ଼ିଶା ସହ କୋଟିଆବାସୀଙ୍କ ଭାବାବେଗକୁ ସୁଦୃଢ଼ କରିବାକୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର କୋଟିଆ ଗସ୍ତ କରିବ ବୋଲି ସେ କହିଛନ୍ତି। ସେହିଭଳି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଟୁଇଟ୍‌ ଯୋଗେ କହିଛନ୍ତି, ବୁଧବାର ସାରା ଦିନ କୋଟିଆ ଅଞ୍ଚଳବାସୀଙ୍କ ସହ କଟାଇବେ। ଲୋକଙ୍କ ସମସ୍ୟା କଥା ବୁଝିବେ ବୋଲି ସେ କହିଛନ୍ତି। ଏହାପରେ ସେଠାରେ ଭାଜପା ଟିମ୍‌ ଖବରଦାତା ସମ୍ମିଳନୀ କରିବେ ବୋଲି ସୂଚନା ଦେଇଛନ୍ତି।
କୋଟିଆରେ ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି କରିବା ପରେ ରାଜ୍ୟ ପ୍ରଶାସନ ତତ୍ପରତା ଦେଖାଇଛି। ଗତ ସୋମବାର ଓଡ଼ିଶା ଗସ୍ତରେ ଆସିଥିବା ଆନ୍ଧ୍ର ବିଧାନସଭା କମିଟି ଏହି ଘଟଣାରେ ଉଭୟ ରାଜ୍ୟ ଆପୋସ ଆଲୋଚନା କରିବାର ଆବଶ୍ୟକତା ଥିବା କହିଯାଇଛନ୍ତି। ତେବେ ଏସବୁ ଭିତରେ କୋଟିଆ ପ୍ରସଙ୍ଗ କେଉଁଠି ପହଞ୍ଚୁଛି ତାକୁ ନେଇ ସାଧାରଣରେ ନାନା ପ୍ରକାର କଳ୍ପନାଜଳ୍ପନା ଆରମ୍ଭ ହୋଇଗଲାଣି।
କୋଟିଆ ପ୍ରସଙ୍ଗରେ ଗତ ସୋମବାର କଟକରେ ଆଡଭୋକେଟ ଜେନେରାଲଙ୍କ ସହ କୋରାପୁଟ ଏଡିଏମ୍‌ ଏବଂ ସରକାରୀ ଓକିଲ ମଧ୍ୟ ଆଲୋଚନା କରିଥିଲେ। ଏନେଇ ସରକାର ସୁପ୍ରିମକୋର୍ଟ ଯାଇପାରନ୍ତି ବୋଲି ଯାହା ଅନୁମାନ କରାଯାଉଥିଲା ତାହା ସତ ହୋଇଛି। ସୂଚନାଯୋଗ୍ୟ ଯେ, ଓଡ଼ିଶାର ୩ଟି ଗାଁରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ ପାଇଁ ୩ ଗାଁରୁ ୧୫ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri