ଧସିଲା ପୁରୁଣା ପୋଲ ଆପ୍ରୋଚ୍‌ ରାସ୍ତା

ରସୁଲପୁର,୧୭ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ର ଦାୟିତ୍ୱହୀନତା କାର୍ଯ୍ୟ ଯୋଗୁ ଗନ୍ଧଣ ପଞ୍ଚାୟତ ଏକତଳା ଗ୍ରାମ ସହ ମଧୁବନ ଲକ୍ଷ୍ମୀ ବଜାରକୁ ସଂଯୋଗ କରୁଥିବା ପୁରୁଣା ପୋଲ ଆପ୍ରୋଚ୍‌ ରାସ୍ତା ଧସି ଯାଇଛି। ଫଳରେ ଉକ୍ତ ପୋଲ ଦେଇ ଯାତାୟାତ ଠପ୍‌ ହୋଇଛି। ପୋଲରେ ଯାତାୟାତ ବିପଦସଂକୁଳ ହୋଇପଡ଼ିଥିବାରୁ ବିଭାଗ ପକ୍ଷରୁ ଏହି ବାଟ ଦେଇ ଗମନାଗମନକୁ ବନ୍ଦ କରିଦିଆଯାଇଛି। ଫଳରେ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ରାସ୍ତା ମରାମତି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ପୁରୁଣା ପୋଲ ଦେଇ ଏକତଳା, ବଣ୍ଟରା, ବିଲଶାସନ ଆଦି ଗ୍ରାମର ଶତାଧିକ ଲୋକ ମଧୁବନ ବଜାର, ବିଦ୍ୟାର୍ଥୀମାନେ ମଧୁବନ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯା-ଆସ କରୁଛନ୍ତି। ମୂଳ ଖରସ୍ରୋତା ଉପରେ ନିର୍ମାଣ ହୋଇଥିବା ଏହି ପୋଲକୁ ବିଭାଗ ପକ୍ଷରୁ ଅକାମି ଦର୍ଶାଇ ସେହି ସ୍ଥାନରେ ନୂତନ ପୋଲ କାର୍ଯ୍ୟ ଆରମ୍ଭ ହୋଇଛି। ନିର୍ମାଣ ସମୟରେ ଠିକା ସଂସ୍ଥା ପକ୍ଷରୁ ପୁରୁଣା ପୋଲରେ ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରାପ୍ରତି ଧ୍ୟାନ ଦେବା ନିୟମ ରହିଛି। ମାତ୍ର ପୁରୁଣା ପୋଲକୁ ସୁରକ୍ଷା ଦିଆ ନ ଯାଇ ଠିକାସଂସ୍ଥା ପକ୍ଷରୁ ନୂତନ ପୋଲ କାର୍ଯ୍ୟ ଚାଲୁ ରଖାଯିବା ସହ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ନୂତନ ପୋଲର ପିଲାର ଖୋଳିବା ସମୟରେ ମେଶିନରେ କମ୍ପନ ସୃଷ୍ଟି ହୋଇ ପୁରୁଣା ପୋଲର ଆପ୍ରୋଚ୍‌ ରାସ୍ତା ଧସି ଯାଇଛି। ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମନମୁଖି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳ ଜନସାଧାରଣ ନାପସନ୍ଦ କରିଛନ୍ତି। ଏ ସମ୍ପର୍କରେ ବିଭାଗକୁ ଅବଗତ କରାଯିବା ପରେ କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣାଙ୍କ ନିର୍ଦ୍ଦେଶକ୍ରମେ ଠିକା ସଂସ୍ଥା ପକ୍ଷରୁ ଆପ୍ରୋଚ ରାସ୍ତା ମରାମତି ଆରମ୍ଭ ହୋଇଛି। ଶୁକ୍ରବାର ମରାମତି ଶେଷ କରାଯାଇ ପୁରୁଣା ପୋଲରେ ଯାତାୟାତ ସ୍ବଭାବିକ କରାଯିବ ବୋଲି ଯନ୍ତ୍ରୀ ମହାରଣା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri