ବ୍ରିଜ୍‌ ଦୁଇ ପାର୍ଶ୍ୱରେ ନିର୍ମାଣ ହୋଇନି ଆପ୍ରୋଚ ରାସ୍ତା

ବୈପାରିଗୁଡା,୨।୧୧ (ଡି.ଏନ୍‌.ଏ): ଗ୍ରାମାଞ୍ଚଳରେ ଯୋଗାଯୋଗ ପାଇଁ ସରକାରଙ୍କ ପକ୍ଷରୁ ବହୁ ଅର୍ଥ ଖର୍ଚ୍ଚ କରାଯାଇ ପ୍ରଧାନମନ୍ତ୍ରୀ ସଡକ ନିର୍ମାଣ କରାଯାଉଛି। ତେବେ ବିଭାଗୀୟ ଉଦାସୀନତା ତଥା ଠିକାଦାରଙ୍କ ଖାମଖିଆଲି ମନୋଭାବ ଯୋଗୁ ରାସ୍ତା କାମ ଠିକ୍‌ ମାନର ହେଉ ନ ଥିବା ଅଭିଯୋଗ ହେଉଛି ା ବୈପାରିଗୁଡା ବ୍ଲକ ଚିପାକୁର ପଞ୍ଚାୟତ ଅନ୍ତର୍ଗତ ଚିପାକୁର ଠାରୁ ଅମଳାଯୋଡି ରାସ୍ତା ଏହାର ଉଦାହରଣ।
୨୦୧୮ରେ ଚିପାକୁରଠାରୁ ଅମଳାଯୋଡି ପର୍ଯ୍ୟନ୍ତ ୩କୋଟି ୯୯ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଉକ୍ତ ରାସ୍ତା ନିର୍ମାଣ ଲାଗି ନିଷ୍ପତ୍ତି ହୋଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ଏହାର ଦାୟିତ୍ୱରେ ଥିଲା। ସୂଚନାଫଳକ ଅନୁସାରେ ଉକ୍ତ ରାସ୍ତା ୨୦୧୯ ଡିସେମ୍ବର ୧୯ରେ ଶେଷ ହୋଇଥିଲା। ଠିକାଦାରଙ୍କ ଦ୍ବାରା ରାସ୍ତାର ରକ୍ଷଣା ବେକ୍ଷଣ ପାଇଁ ୫
ବର୍ଷର ଅବଧି ରହିଛି ା ତେବେ ରାସ୍ତା ସଂପୂର୍ଣ୍ଣର ୨ ବର୍ଷ ପରେ ମଧ୍ୟ ରାସ୍ତାରେ ନିର୍ମିତ ଏକ ବ୍ରିଜ୍‌ର ୨ ପାର୍ଶ୍ୱରେ ଆପ୍ରୋଚିଂ ରାସ୍ତା ହୋଇନାହିଁ ା ଉଭୟ ପାର୍ଶ୍ୱରେ କେବଳ ମାଟି ପଡିଥିବାରୁ ଏହା ବର୍ଷା ପାଣିରେ ତାହା ଧୋଇ ହୋଇ ଜମି ହୁଡା ଭଳି ଦେଖାଯାଉଛି। ସଂକୀର୍ଣ୍ଣ ରାସ୍ତା ସାଙ୍ଗକୁ ଉଭୟ ପାର୍ଶ୍ୱରେ ୧୦ ଫୁଟ ଓସାର ଓ ୧୨ ଫୁଟ ଗଭୀରର ଖାଲ ସୃଷ୍ଟି ହୋଇଛି ା ପୋଲ ଦେଇ ବାଇକ୍‌ରେ ଯାତାୟାତ ବେଳେ ଲୋକେ ସମସ୍ୟାରେ ପଡୁଛନ୍ତି। ଅନେକ ସମୟରେ ବାଇକ୍‌ ଆରୋହୀମାନେ ପଡି ଗୋଡ ହାତ ଭାଙ୍ଗିବା ନଜିର ରହିଛି। ଏ ସଂକ୍ରାନ୍ତରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ କେଶବ ନାୟକଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ତାହା ତିଆରି କରିବା ପାଇଁ ସଂପୃକ୍ତ ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri