ସୁନ୍ଦରଗଡ଼ ମେଡିକାଲ କଲେଜରେ ୧୦୦ ସିଟ୍‌ ଲାଗି ଅନୁମୋଦନ

ସୁନ୍ଦରଗଡ଼, ୨୦।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ଶଙ୍କରାଠାରେ ନିର୍ମିତ ନୂତନ ସରକାରୀ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠପଢା ଲାଗି ନ୍ୟାଶନାଲ ମେଡିକାଲ କମିଶନ ବିଧିବଦ୍ଧ ଅନୁମତି ଦେଇଛନ୍ତି। ୧୦୦ ସିଟ୍‌ ଲାଗି ଏହି ମଞ୍ଜୁରୀ ମିଳିଛି। ୨୦୨୨-୨୩ ଶିକ୍ଷାବର୍ଷରୁ ପାଠପଢା ପାଇଁ କମିଶନ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଅନୁମତି ପ୍ରଦାନ କରିଛନ୍ତି। ଏହି ବହୁ ପ୍ରତୀକ୍ଷିତ ଅନୁମତି ଆସିବା ଫଳରେ ସୁନ୍ଦରଗଡ଼ ଜିଲାରେ ଅତ୍ୟାଧୁନିକ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ଜିଲା ପ୍ରଶାସନ ପକ୍ଷରୁ ଜାରି ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି। ଏଥିରେ କୁହାଯାଇଛି ଯେ, ଏହା ରାଜ୍ୟର ବିଭିନ୍ନ ସ୍ଥାନରେ, ବିଶେଷକରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଡାକ୍ତରୀ ଶିକ୍ଷାର ପ୍ରସାର ଲାଗି ରାଜ୍ୟ ସରକାରଙ୍କ ପରିକଳ୍ପନାକୁ ସାକାର କରିବ। ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି କହିଛନ୍ତି ଯେ, ଏହି ମେଡିକାଲ କଲେଜ ଆରମ୍ଭ ହେବା ଫଳରେ ସୁନ୍ଦରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଏକ ନୂଆ ସୋପାନକୁ ଯାଇପାରିବ। ଏହି ଅତ୍ୟାଧୁନିକ ଡାକ୍ତରୀ ଶିକ୍ଷାନୁଷ୍ଠାନରେ ନିୟୋଜିତ ଉଚ୍ଚମାନର ମାନବ ସମ୍ବଳ ତଥା ତାଲିମ ଓ ଚିକିତ୍ସା ଲାଗି ନିୟୋଜିତ ଅତ୍ୟାଧୁନିକ ଉପକରଣ ସର୍ବଭାରତୀୟ ସ୍ତରରେ ଛାତ୍ରୀଛାତ୍ରମାନଙ୍କୁ ନିଶ୍ଚୟ ଆକର୍ଷିତ କରିବ।
ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ପରିଚାଳିତ ହେବାକୁ ଥିବା ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ଆବଶ୍ୟକ କ୍ଲାସରୁମ ସହିତ ବିଭିନ୍ନ ବିଭାଗରେ ଅତ୍ୟାଧୁନିକ ଲାବୋରେଟୋରି ରହିଛି। ଛାତ୍ରୀ ଏବଂ ଛାତ୍ରଙ୍କ ରହିବା ପାଇଁ ଅଲଗାକରି ମୋଟ ୪୮୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ କରାଯାଇଛି।
ନ୍ୟାଶନାଲ ମେଡିକାଲ କମିଶନଙ୍କ ଅନୁମତି ମିଳିବା ଫଳରେ ଏବେ ଚଳିତ ବର୍ଷ ଲାଗି ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ନାମ ଲେଖା ପାଇଁ ପଥ ପରିଷ୍କାର ହୋଇଯାଇଛି। ବର୍ତ୍ତମାନ ମେଡିକାଲ କଲେଜ ପାଇଁ ଆବଶ୍ୟକ ଅନ୍ୟାନ୍ୟ ଅନୁମତି ଲାଗି ପଦକ୍ଷେପ ନିଆଯିବ। ଚଳିତ ଶିକ୍ଷାବର୍ଷରେ ସର୍ବଭାରତୀୟ ସ୍ତରରେ ପ୍ରତିଯୋଗିତାମୂଳକ ନିଟ ପରୀକ୍ଷାରୁ ଉତ୍ତୀର୍ଣ୍ଣ ପ୍ରାର୍ଥୀମାନେ ନାମ ଲେଖାଇବାର ସୁଯୋଗ ପାଇବେ। ମେଡିକାଲ କଲେଜ ସହିତ ସଂଲଗ୍ନ ହସ୍ପିଟାଲ ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବା ଯାଏଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ‘ଟ୍ରିଟିଙ୍ଗ ହସ୍ପିଟାଲ’ ଭାବେ ବ୍ୟବହାର କରାଯିବ ବୋଲି ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜର ଡିନ୍‌ ପ୍ରଫେସର ଡାକ୍ତର ଦୈତାରୀ ରାଉତରାୟ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri