୪୪ଟି ତହସିଲ ଅଫିସରେ ଜମି କିଣାବିକାକୁ ଅନୁମୋଦନ, ଅନଲାଇନରେ…

ଭୁବନେଶ୍ୱର,୨ା୧୧(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରାଜ୍ୟର ୧୩ଟି ଜିଲାର ୪୪ଟି ତହସିଲରେ ନୂଆ ସବ୍‌ରେଜିଷ୍ଟ୍ରେଶନ ବା ଉପନିବନ୍ଧନ କାର୍ଯ୍ୟାଳୟ ଆଭାସି ଜରିଆରେ ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପର୍ଯ୍ୟାୟକ୍ରମେ ରାଜ୍ୟର ସବୁ ତହସିଲରେ ସବ୍‌ରେଜିଷ୍ଟ୍ରେଶନ ଅଫିସ୍‌ ଖୋଲାଯିବ। ସରକାରୀ ସେବା ସୁବିଧାରେ ପାଇବା ହେଉଛି ଲୋକଙ୍କ ଅଧିକାର। ସେମାନଙ୍କୁ ସମ୍ମାନର ସହ ଉତ୍ତମ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ରାଜସ୍ବ ବିଭାଗ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।
ଲୋକସେବା ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ରାଜସ୍ବ ରେଜିଷ୍ଟ୍ରେଶନ ଇନ୍‌ସ୍ପେକ୍ଟର ଜେନେରାଲ ପି. ଅନ୍ବେଷା ରେଡ୍ଡୀଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଆଭାସି ଜରିଆରେ ୧୩ ଜିଲାର ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ତହସିଲଦାର ଓ ସବ୍‌ରେଜିଷ୍ଟ୍ରାରମାନେ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ରାଜ୍ୟର ସମୁଦାୟ ୩୧୭ ତହସିଲ ମଧ୍ୟରୁ ୨୧୭ ତହସିଲରେ ପୂର୍ବରୁ ସବ୍‌-ରେଜିଷ୍ଟ୍ରେଶନ ଅଫିସ୍‌ ଖୋଲାଯାଇଛି। ଅବଶିଷ୍ଟ ୧୦୦ରୁ ଆଜି ୪୪ଟି ସବ୍‌-ରେଜିଷ୍ଟ୍ରେଶନ ଅଫିସ ଖୋଲାଗଲା। ବାକି ୫୬ଟି ପର୍ଯ୍ୟାୟକ୍ରମେ ଚଳିତବର୍ଷ ଶେଷ ସୁଦ୍ଧା ଖୋଲିବା ପାଇଁ ଯୋଜନା ରଖାଯାଇଛି।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୧୬ ମାସ ମଧ୍ୟରେ ତାଙ୍କ ସରକାର ପ୍ରଶାସନିକ ବ୍ୟବସ୍ଥାରେ ଅନେକ ସଂସ୍କାର ଆଣିଛନ୍ତି। ସରକାରଙ୍କ ମୂଳ ଲକ୍ଷ୍ୟ ହେଉଛି ଶାସନ ବ୍ୟବସ୍ଥାକୁ ସ୍ବଚ୍ଛ, ପାରଦର୍ଶୀ ଓ ଲୋକାଭିମୁଖୀ କରିବା। ବର୍ତ୍ତମାନ ରାଜ୍ୟ ସରକାର ୩୨ଟି ବିଭାଗର ୪୩୩ଟି ସେବାକୁ ଅନ୍‌ଲାଇନ ଜରିଆରେ ଯୋଗାଇ ଦେଉଛନ୍ତି। ନିକଟରେ ଜମିଜମା ପଞ୍ଜୀକରଣ ପାଇଁ ସ୍ଲଟ୍‌ ବୁକିଂ ନିମନ୍ତେ ଇ-ରେଜିଷ୍ଟ୍ରେଶନ ମୋବାଇଲ୍‌ ଆପ୍‌ ମଧ୍ୟ ଶୁଭାରମ୍ଭ ହୋଇଛି। ଏଥିରେ ସ୍ଲଟ୍‌ ବୁକିଂ ସହ ଇସି ଏବଂ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ମଧ୍ୟ ମିଳିପାରୁଛି। ଉଦ୍ଦେଶ୍ୟ ହେଉଛି ଯେତେଦୂର ସମ୍ଭବ ଲୋକଙ୍କୁ ସୁବିଧାରେ ଓ ସହଜରେ ସେବା ଯୋଗାଇବା। ସ୍ମାର୍ଟ ସର୍ଭେଲାନ୍ସ ଜରିଆରେ ସମସ୍ତ ସବ୍‌-ରେଜିଷ୍ଟ୍ରେଶନ ଅଫିସକୁ ସିସିଟିଭି ଜରିଆରେ ନିରୀକ୍ଷଣ କରାଯାଉଛି। ଏହାଦ୍ୱାରା କର୍ମଚାରୀମାନଙ୍କ ସମୟାନୁବର୍ତ୍ତିତା ଏବଂ ପାରଦର୍ଶିତାକୁ ସୁନିଶ୍ଚିତ କରାଯାଇପାରୁଛି। ଉପନିବନ୍ଧନ କାର୍ଯ୍ୟାଳୟକୁ ଦୁର୍ନୀତିମୁକ୍ତ ଓ ମଧ୍ୟସ୍ଥମୁକ୍ତ କରିବା ଦିଗରେ ଏହି ସ୍ମାର୍ଟ ସର୍ଭିଲାନ୍ସ ବ୍ୟବସ୍ଥା ଖୁବ୍‌ ଉପଯୋଗୀ ହୋଇପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସବୁ ତହସିଲରେ ସବ୍‌ ରେଜିଷ୍ଟ୍ରେଶନ ଅଫିସ ଖୋଲିବା ଦ୍ବାରା ଜନସାଧାରଣଙ୍କୁ ଅନେକ ସୁବିଧା ମିଳିପାରିବ। ନୂଆ ସରକାର ଆସିବା ପରେ ରାଜସ୍ବ ମନ୍ତ୍ରୀଙ୍କ ନେତୃତ୍ୱରେ ବିଭାଗ ପକ୍ଷରୁ ଲୋକଙ୍କୁ ସେବା ପ୍ରଦାନ କରିବାରେ ଦକ୍ଷତା ଆସିଛି ବୋଲି ମତଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?