ଝାରସୁଗୁଡ଼ା-ବାରକୋଟ୍‌ ରେଳଲାଇନ ଡିପିଆର୍‌ ପ୍ରସ୍ତୁତିକୁ ମଞ୍ଜୁରୀ

ଭୁବନେଶ୍ବର/ଦେବଗଡ଼,୫ା୮(ସୁନିତ୍‌ ମିଶ୍ର/ଶଶାଙ୍କ ଶେଖର ଝାଙ୍କର): ଶିଳ୍ପ ସମୃଦ୍ଧ ଅଞ୍ଚଳ ଝାରସୁଗୁଡ଼ାରୁ ଦେବଗଡ଼ ଜିଲାର ବାରକୋଟ୍‌ ସହ ସଂଯୋଗ ହେବ ନୂଆ ରେଳଲାଇନ। ୧୬୦ କି.ମି. ବିଶିଷ୍ଟ ଏହି ରେଳଲାଇନ ଲାଗି ଡିଟେଲ ପ୍ରୋଜେକ୍ଟ ରିପୋର୍ଟ (ଡିପିଆର୍‌) ପ୍ରସ୍ତୁତ ଲାଗି ଫାଇନାଲ ଲୋକେଶନ ସର୍ଭେ(ଏଫ୍‌ଏଲ୍‌ଏସ୍‌) କରିବାକୁ ରେଳ ମନ୍ତ୍ରଣାଳୟ ମଞ୍ଜୁର କରିଛିି। ଏହି ପଦକ୍ଷେପ ଦ୍ୱାରା ଦେବଗଡ଼ ଜିଲା ପ୍ରଥମ ଥର ପାଇଁ ରେଳଲାଇନ ସହ ସଂଯୋଗ କରିବାକୁ ଯାଉଛି। ଏହା ଖୁସିର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶାରେ ରେଳ ଗମନାଗମନକୁ ଅଧିକ ସୁଦୃଢ଼ କରିବା ପାଇଁ କେନ୍ଦ୍ର ସରକାର ସବୁବେଳେ କାର୍ଯ୍ୟ ଜାରି ରଖିଛନ୍ତି। ଝାରସୁଗୁଡ଼ାରୁ ବାରକୋଟ୍‌ ପର୍ଯ୍ୟନ୍ତ ନୂଆ ରେଳଲାଇନ ତିଆରି କରିବା ଲାଗି ଆନୁଷଙ୍ଗିକ ପଦକ୍ଷେପ ନିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ କଳ୍ପନାରେ ମୋଦି ସରକାର ଓଡ଼ିଶାକୁ ସବୁ କ୍ଷେତ୍ରରେ ପ୍ରାଥମିକତା ଦେଇ ଆସୁଛନ୍ତି। ଏହି ରେଳଲାଇନ କାର୍ଯ୍ୟକ୍ଷମ ହେଲେ ଝାରସୁଗୁଡ଼ା ଏବଂ ଦେବଗଡ଼ ଜିଲାରେ ବିକାଶର ନୂଆ ଧାରା ସୃଷ୍ଟି ହେବ। ଏହି ଅଞ୍ଚଳ ରେଳ ଭିତ୍ତିଭୂମି ସହ ଠିକ୍‌ ଭାବେ ଯୋଡ଼ିହେଲେ ଚାଷୀମାନେ ଉପକୃତ ହେବା ସହ ଆର୍ଥିକ ଅଭିବୃଦ୍ଧି ଘଟିବ। ଦେବଗଡ଼ ଜିଲାରେ ପର୍ଯ୍ୟଟନର ବିକାଶ ମଧ୍ୟ ତ୍ୱରାନି୍ବତ ହୋଇପାରିବ। ବିଶେଷ ଭାବେ ଦେବଗଡ଼ବାସୀଙ୍କ ଦୀର୍ଘଦିନର ଅପେକ୍ଷାକୁ ପୂରଣ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର କୃତଜ୍ଞତା ଜଣାଇଛନ୍ତି। ଗତ ଜୁଲାଇ ୧୦ରେ ଦେବଗଡ଼ ଜିଲାର ନାଗରିକ କମିଟିର ଅନୁରୋଧକ୍ରମେ ରେଳମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଧର୍ମେନ୍ଦ୍ର ଚିଠି ଲେଖିଥିଲେ। ସୂଚନାଥାଉ କି, ଦେବଗଡ଼ ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଝାରସୁଗୁଡ଼ାରୁ ବାରକୋଟ୍‌ ପର୍ଯ୍ୟନ୍ତ ରେଳଲାଇନ ନେଇ ଅଞ୍ଚଳବାସୀ, ବୃଦ୍ଧିଜୀବୀ ଏବଂ ଜିଲା ନାଗରିକ କମିଟି ଏକ ସ୍ମାରକ ପତ୍ର ପ୍ରଦାନ କରିବା ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri