୮ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଅନୁମୋଦନ

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ପିଏମ୍‌ କେୟାର୍ସ ଫଣ୍ଡରୁ ଓଡ଼ିଶାର ୮ ଜିଲାରେ ପ୍ରେସର ସ୍ବିଙ୍ଗ ଆଡଜର୍ପଶନ (ପିଏସ୍‌ଏ) ମେଡିକାଲ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ ମିଳିଛି। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଦେଇଛନ୍ତି। ଏହି ସମୟୋପଯୋଗୀ ପଦକ୍ଷେପ ଦ୍ୱାରା ଅନେକ ଲୋକଙ୍କ ଅମୂଲ୍ୟ ଜୀବନ ରକ୍ଷା କରାଯାଇପାରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ରାଜ୍ୟର ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, କୋରାପୁଟ, ନୟାଗଡ଼ ଏବଂ ସୁବର୍ଣ୍ଣପୁର ଜିଲାରେ ଡିଆର୍‌ଡିଓ ଦ୍ୱାରା ପିଏସ୍‌ଏ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ଓଡ଼ିଶାର ବୌଦ୍ଧ ଏବଂ କଟକ ଜିଲାରେ ଡିଆରଡିଓ ପିଏସ୍‌ଏ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ କରୁଛି। ଅପରପକ୍ଷରେ ଓଡ଼ିଶାର ପ୍ରତ୍ୟେକ ଜିଲାରେ ପିଏସ୍‌ଏ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ହସ୍ତକ୍ଷେପ ଲୋଡ଼ିଥିବା ପରିପ୍ରେକ୍ଷୀରେ ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ରାୟଗଡ଼ା ଜିଲାରେ ପିଏସ୍‌ଏ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶାର ପ୍ରତ୍ୟେକ ଜିଲାରେ କ୍ୟାପଟିଭ୍‌ ମେଡିକାଲ ଅକ୍ସିଜେନ୍‌ ଜେନେରେଶନ ପ୍ଲାଣ୍ଟ ପ୍ରତିଷ୍ଠା ହେଲେ ରାଜ୍ୟର କୋଭିଡ୍‌-୧୯ ବିରୋଧୀ ଲଢ଼େଇକୁ ସଶକ୍ତ କରିବା ସହ ସ୍ବାସ୍ଥ୍ୟ ଆହ୍ବାନଗୁଡ଼ିକୁ ମୁକାବିଲା କରିବା ପାଇଁ ରାଜ୍ୟକୁ ପ୍ରସ୍ତୁତ ରଖିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଗତ ୧୫ ତାରିଖରେ ଓଡ଼ିଶାର ପ୍ରତ୍ୟେକ ଜିଲାରେ ଅନୂ୍ୟନ ଗୋଟିଏ ଲେଖାଏ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଧର୍ମେନ୍ଦ୍ର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଙ୍କୁ ପତ୍ର ଲେଖିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜୋରଦାର ଚର୍ଚ୍ଚା, ଆଜି ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ

ଭୁବନେଶ୍ବର,୧।୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି…

ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…

ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri