Posted inUncategorized

୧୨୫୦ କୋଟିର ୮ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୨୬।୭(ଅନିଲ ଦାସ): ରାଜ୍ୟ ସରକାର ୧୨୫୦ କୋଟି ଟଙ୍କାର ୮ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୩୬୪୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍‌ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ଉକ୍ତ ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ସହିତ ଅଧିକ ପୁଞ୍ଜିନିବେଶକୁ ଆକୃଷ୍ଟ କରିବ। ବୈଠକରେ ପୋଷାକ ଏବଂ ବୟନ ଶିଳ୍ପ କ୍ଷେତ୍ରରେ ବି.କେ. ଇଣ୍ଟରନ୍ୟାଶନାଲ ପ୍ରାଇଭେଟ୍‌ ଲିମିଟେଡ୍‌କୁ ଖୋର୍ଦ୍ଧାଠାରେ ଏକ ମୋଜା ଉତ୍ପାଦନ ୟୁନିଟ୍‌ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ଦିଆଯାଇଛି। ଏଥିରେ କମ୍ପାନୀ ୫୨ କୋଟି ଟଙ୍କାର ପୁଞ୍ଜିନିବେଶ କରିବ। ଏହା କାର୍ଯ୍ୟକ୍ଷମ ହେଲେ ୮୦୦ ଜଣଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବ। ସେହିପରି ମମତା ଫେବ୍ରିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଖୋର୍ଦ୍ଧାଠାରେ ୫୦ କୋଟି ଟଙ୍କା ବିନିଯୋଗରେ ରେଡିମେଡ୍‌ ପୋଷାକ ଉତ୍ପାଦନ ୟୁନିଟ୍‌ ପ୍ରତିଷ୍ଠା କରିବ। ଏଥିରେ ୨ ହଜାର ଜଣଙ୍କୁ ନିଯୁକ୍ତି ମିଳିପାରିବ। ସେହିପରି କଳିଙ୍ଗନଗରଠାରେ ଇସ୍ପାତ (ଡାଉନଷ୍ଟ୍ରିମ୍‌) କ୍ଷେତ୍ରରେ ଏକ ପ୍ରତିଷ୍ଠିତ ନିର୍ମାତା ୧୪୭.୬୪ କୋଟି ଟଙ୍କାର ୧,୮୦,୦୦୦ ସଂଖ୍ୟକ ଇସ୍ପାତ କବାଟ ଓ ଝରକା ସହ ଅନ୍ୟାନ୍ୟ ଉତ୍ପାଦ ୟୁନିଟ୍‌ ସ୍ଥାପନ କରିବେ। ଏଥିରେ ୧୫୦ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ନାଜୋନ୍‌ ଟ୍ୟୁବ୍‌ ଉତ୍କଳ ଲିମିଟେଡ୍‌ ୧୦୫ କୋଟି ଟଙ୍କା ବିନିଯୋଗରେ ଯାଜପୁର ଜିଲା କଳିଙ୍ଗନଗରଠାରେ ୧,୬୦,୦୦୦ ମେଟ୍ରିକ୍‌
ଟନ୍‌ ଏମ୍‌.ଏସ୍‌. ବର୍ଗାକାର ଓ ଆୟତ୍ତାକାର
ପାଇପ୍‌ ଓ ଟ୍ୟୁବ୍‌ ପ୍ରସ୍ତୁତି ନିମନ୍ତେ ଏକ ୟୁନିଟ୍‌
ପ୍ରତିଷ୍ଠା କରିବ। ଏଥିରେ ୫୦ ଜଣଙ୍କ ପାଇଁ ନିଯୁକ୍ତି ସୃଷ୍ଟି ହେବ। ଏଥିସହିତ କମ୍ପାନୀ ପୂର୍ବରୁ ଥିବା କାରଖାନାକୁ ସମ୍ପ୍ରସାରଣ କରିବାକୁ ଯୋଜନା କରିଛି।
ସେହିପରି ବେଦାନ୍ତ ସୁନ୍ଦରଗଡ଼ଠାରେ ୮୦ କୋଟି ଟଙ୍କା ବ୍ୟୟରେ ବାର୍ଷିକ ୪.୫ ନିୟୁତ ଟନ୍‌ ଏମ୍‌ପିଟିଏ ଲୁହାପଥର ବିଶୋଧନ ପ୍ଲାଣ୍ଟ ସ୍ଥାପନ କରିବ। ଏହି ପ୍ଲାଣ୍ଟରେ ୧୫୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସେହିପରି ସୋନପୁରଠାରେ ୨୭୧ କୋଟି ଟଙ୍କା, ବଲାଙ୍ଗୀରରେ ୨୫୦ କୋଟି ଟଙ୍କା ଏବଂ ନବରଙ୍ଗପୁରଠାରେ ୨୯୩.୫୪ କୋଟି ଟଙ୍କାରେ ସ୍ଥାପନ ହେବାକୁ ଥିବା ଇଥାନଲ ପ୍ଲାଣ୍ଟକୁ ସିଙ୍ଗଲଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟିରେ ଅନୁମୋଦନ ମିଳିଛି। ଏହି ଶସ୍ୟଭିତ୍ତିକ ପ୍ଲାଣ୍ଟରେ ପ୍ରାୟ ୪୦୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri