୫-ଜି ସ୍ପେକ୍ଟ୍ରମ ନିଲାମୀକୁ ମଞ୍ଜୁରୀ, ଦୀପାବଳି ସୁଦ୍ଧା ସେବା ମିଳିବା ସମ୍ଭାବନା…

ନୂଆଦିଲ୍ଲୀ, ୧୫।୬ : ଦେଶରେ ୫-ଜି ଟେଲିକମ ସେବା ଆରମ୍ଭ କରିବା ନେଇ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୫-ଜି ସ୍ପେକ୍ଟ୍ରମର ନିଲାମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ କ୍ୟାବିନେଟର ମଞ୍ଜୁରୀ ବିଳିଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି ସବୁ ଠିକ ହୁଏ, ତେବେ ଚଳିତ ବର୍ଷ ଦୀପାବଳି ସୁଦ୍ଧା ଦେଶବାସୀ ୫-ଜି ଟେଲିକମ ସେବା ପାଇପାରିବାର ସମ୍ଭାବନା ରହିଛି।

୨୦ ବର୍ଷ ଧରି ଏହି ସେବାଗୁଡିକ ପରିଚାଳନା କରିବାକୁ, ସରକାର ଜୁଲାଇ ଶେଷ ସୁଦ୍ଧା ମୋଟ ୭୨୦୯୭.୮୫ ମେଗାହର୍ଜ ସ୍ପେକ୍ଟ୍ରମ ନିଲାମ କରିବେ। ଟେଲିକମ ବିଭାଗର ସ୍ପେକ୍ଟ୍ରମ ନିଲାମ ପାଇଁ ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଅନୁମୋଦନ କରାଯାଇଛି। ନିଲାମରେ ସଫଳ ବିଡରମାନେ ଦେଶର ଜନସାଧାରଣ ତଥା ଉଦ୍ୟୋଗମାନଙ୍କୁ ୫-ଜି ଟେଲିକମ ସେବା ଯୋଗାଇବା ପାଇଁ ଲାଇସେନ୍ସପ୍ରାପ୍ତ ସ୍ପେକ୍ଟ୍ରମ ପାଇବେ।

ଏହାପୂର୍ବରୁ କ୍ୟାବିନେଟ କମିଟି ଅର୍ଥନୈତିକ ବ୍ୟାପାର କମିଟି ୫-ଜି ସ୍ପେକ୍ଟ୍ରମର ନିଲାମ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଦେଶର ଟେଲିକମ କମ୍ପାନୀଗୁଡିକ ଦୀର୍ଘ ସମୟ ଧରି ୫-ଜି ସ୍ପେକ୍ଟ୍ରମ ନିଲାମକୁ ଅପେକ୍ଷା କରି ରହିଛନ୍ତି।

ଏହା ସହିତ ଦେଶରେ ଏକ ନୂଆ ଟେଲିକମ ବିପ୍ଳବ ଆରମ୍ଭ ହୋଇଛି। ଟେଲିକମ ମନ୍ତ୍ରଣାଳୟ ଚଳିତ  ସପ୍ତାହରୁ ଆଗ୍ରହୀ ଟେଲିକମ କମ୍ପାନୀଗୁଡିକର ଆବେଦନଗୁଡିକୁ ଆମନ୍ତ୍ରଣ କରିବେ।

ଜୁଲାଇ ଶେଷ ସୁଦ୍ଧା ନିଲାମ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ସ୍ପେକ୍ଟ୍ରମର ମୋଟ ମୂଲ୍ୟ ୫ ଲକ୍ଷ କୋଟିରେ ରଖାଯାଇଛି। ଏହା ଅଧୀନରେ ସରକାର ନଅଟି ସ୍ପେକ୍ଟ୍ରମ ନିଲାମ କରିବେ। ଏହି ନିଲାମ ୨୦ ବର୍ଷ ପାଇଁ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri