୫-ଜି ସ୍ପେକ୍ଟ୍ରମ ନିଲାମୀକୁ ମଞ୍ଜୁରୀ, ଦୀପାବଳି ସୁଦ୍ଧା ସେବା ମିଳିବା ସମ୍ଭାବନା…

ନୂଆଦିଲ୍ଲୀ, ୧୫।୬ : ଦେଶରେ ୫-ଜି ଟେଲିକମ ସେବା ଆରମ୍ଭ କରିବା ନେଇ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୫-ଜି ସ୍ପେକ୍ଟ୍ରମର ନିଲାମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ କ୍ୟାବିନେଟର ମଞ୍ଜୁରୀ ବିଳିଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି ସବୁ ଠିକ ହୁଏ, ତେବେ ଚଳିତ ବର୍ଷ ଦୀପାବଳି ସୁଦ୍ଧା ଦେଶବାସୀ ୫-ଜି ଟେଲିକମ ସେବା ପାଇପାରିବାର ସମ୍ଭାବନା ରହିଛି।

୨୦ ବର୍ଷ ଧରି ଏହି ସେବାଗୁଡିକ ପରିଚାଳନା କରିବାକୁ, ସରକାର ଜୁଲାଇ ଶେଷ ସୁଦ୍ଧା ମୋଟ ୭୨୦୯୭.୮୫ ମେଗାହର୍ଜ ସ୍ପେକ୍ଟ୍ରମ ନିଲାମ କରିବେ। ଟେଲିକମ ବିଭାଗର ସ୍ପେକ୍ଟ୍ରମ ନିଲାମ ପାଇଁ ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଅନୁମୋଦନ କରାଯାଇଛି। ନିଲାମରେ ସଫଳ ବିଡରମାନେ ଦେଶର ଜନସାଧାରଣ ତଥା ଉଦ୍ୟୋଗମାନଙ୍କୁ ୫-ଜି ଟେଲିକମ ସେବା ଯୋଗାଇବା ପାଇଁ ଲାଇସେନ୍ସପ୍ରାପ୍ତ ସ୍ପେକ୍ଟ୍ରମ ପାଇବେ।

ଏହାପୂର୍ବରୁ କ୍ୟାବିନେଟ କମିଟି ଅର୍ଥନୈତିକ ବ୍ୟାପାର କମିଟି ୫-ଜି ସ୍ପେକ୍ଟ୍ରମର ନିଲାମ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଦେଶର ଟେଲିକମ କମ୍ପାନୀଗୁଡିକ ଦୀର୍ଘ ସମୟ ଧରି ୫-ଜି ସ୍ପେକ୍ଟ୍ରମ ନିଲାମକୁ ଅପେକ୍ଷା କରି ରହିଛନ୍ତି।

ଏହା ସହିତ ଦେଶରେ ଏକ ନୂଆ ଟେଲିକମ ବିପ୍ଳବ ଆରମ୍ଭ ହୋଇଛି। ଟେଲିକମ ମନ୍ତ୍ରଣାଳୟ ଚଳିତ  ସପ୍ତାହରୁ ଆଗ୍ରହୀ ଟେଲିକମ କମ୍ପାନୀଗୁଡିକର ଆବେଦନଗୁଡିକୁ ଆମନ୍ତ୍ରଣ କରିବେ।

ଜୁଲାଇ ଶେଷ ସୁଦ୍ଧା ନିଲାମ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ସ୍ପେକ୍ଟ୍ରମର ମୋଟ ମୂଲ୍ୟ ୫ ଲକ୍ଷ କୋଟିରେ ରଖାଯାଇଛି। ଏହା ଅଧୀନରେ ସରକାର ନଅଟି ସ୍ପେକ୍ଟ୍ରମ ନିଲାମ କରିବେ। ଏହି ନିଲାମ ୨୦ ବର୍ଷ ପାଇଁ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri