ପ୍ରଥମ ଇଲେକ୍ଟ୍ରିକ୍‌ ହାଇଓ୍ବେକୁ ମଞ୍ଜୁରୀ, ପ୍ରତି ୨ କିଲୋମିଟରରେ ଚାର୍ଜିଂ ପଏଣ୍ଟ୍‌…

ନୂଆଦିଲ୍ଲୀ, ୧୧।୬ : ବର୍ତ୍ତମାନ କେନ୍ଦ୍ର ସରକାର ପେଟ୍ରୋଲ ଡିଜେଲର ନିର୍ଭରଶୀଳତାକୁ ଶେଷ କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ଦେଶର ପ୍ରଥମ ଇଲେକ୍ଟ୍ରିକ୍‌ ହାଇଓ୍ବେ(ବୈଦ୍ୟୁତିକ ରାଜପଥ )କୁ ମଞ୍ଜୁରୀ ମିଳିଛି। ଦିଲ୍ଲୀ ଏବଂ ଜୟପୁର ମଧ୍ୟରେ ଦେଶର ପ୍ରଥମ ନିର୍ମାଣ ହେବାକୁ ଯାଉଛି। ଏହି ରାଜପଥର ପ୍ରତି ୨ କିଲୋମିଟରରେ ଚାର୍ଜିଂ ପଏଣ୍ଟ ସ୍ଥାପନ କରିବାର ଯୋଜନା ଅଛି। ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତୀନ ଗଡକରୀ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ ଦିଲ୍ଲୀ-ଜୟପୁର ମଧ୍ୟରେ ପ୍ରଥମ ଇଲେକ୍ଟ୍ରିକ୍‌ ହାଇେଓ ନିର୍ମାଣ କରିବା ତାଙ୍କର ସ୍ବପ୍ନ।

ଗଡକରୀ କହିଛନ୍ତି ଯେ ମଣିପୁର, ସିକିମ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ ଏବଂ କଶ୍ମୀରରେ ରୋପୱେ ସ୍ଥାପନ ପାଇଁ ସରକାର ଏପର୍ଯ୍ୟନ୍ତ ୪୭ ଟି ପ୍ରସ୍ତାବ ଗ୍ରହଣ କରିଛନ୍ତି।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୨-୨୩ ବଜେଟରେ ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପାଇଁ ୧.୯୯ ଲକ୍ଷ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଗଡକରୀ କହିଛନ୍ତି ଯେ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଉପରେ ନିର୍ଭରଶୀଳତା ହ୍ରାସ କରିବାକୁ ସରକାର କାର୍ଯ୍ୟ କରୁଛନ୍ତି। ଏଥିପାଇଁ ସରକାର ଫୁଏଲ ଫ୍ଲେକ୍ସ ଇନ୍ଧନ ଠାରୁ ଆରମ୍ଭ କରି ଅନେକ ପ୍ରକଳ୍ପ ଉପରେ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?