୫ ବୃହତ୍‌ ଇସ୍ପାତ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୭ା୭(ବ୍ୟୁରୋ):ରାଜ୍ୟରେ ୫ଟି ବୃହତ୍‌ ଇସ୍ପାତ ଶିଳ୍ପ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିରେ ୧ ଲକ୍ଷ ୪୬ ହଜାର ୧୭୨ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୨୫,୯୫୯ ଜଣ ନିଯୁକ୍ତି ପାଇବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ବୈଠକରେ ଉକ୍ତ ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରାଯାଇଛି।
ଭୂଷଣ ପାଓ୍ବାର ଓ ଷ୍ଟିଲ୍‌ ପ୍ଲାଣ୍ଟ ଲିମିଟେଡ୍‌ ସମ୍ବଲପୁର ରେଙ୍ଗାଲିଠାରେ ଥିବା ଷ୍ଟିଲ୍‌ ପ୍ଲାଣ୍ଟର ଉତ୍ପାଦନ କ୍ଷମତାକୁ ବାର୍ଷିକ ୫ ନିୟୁତ ମେଟ୍ରିକ ଟନ୍‌(ଏମ୍‌ଏମ୍‌ଟିପିଏ)ରୁ ୧୫ ଏମ୍‌ଏମ୍‌ଟିପିଏକୁ ସମ୍ପ୍ରସାରଣ କରିବ। ସେଥିରେ କମ୍ପାନୀ ପକ୍ଷରୁ ୫୫ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରାଯିବ। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ୧୦ ହଜାର ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ଯାଜପୁର କଳିଙ୍ଗନଗରରେ ଥିବା ଟାଟା ଷ୍ଟିଲ୍‌ ଲିମିଟେଡ୍‌ର ବାର୍ଷିକ ଇସ୍ପାତ ଉତ୍ପାଦନ ୩ ନିୟୁତ ଟନ୍‌ (ଏମ୍‌ଟିପିଏ) ରୁ ୮ ଏମ୍‌ଟିପିଏ କୁ ବୃଦ୍ଧି ହେବ ଏଥିସହିତ ହଟ୍‌ ରୋଲ୍ଡ କଏଲ୍‌ ୭ ଏମ୍‌ଟିପିଏ ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ ଏହି ପ୍ରକଳ୍ପରେ ୪୭,୫୯୯ ହଜାର କୋଟି ପୁଞ୍ଜି ବିନିଯୋଗ ହେବ। ଏଥିରେ ୪,୬୨୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ଜିନ୍ଦଲ ଷ୍ଟିଲ୍‌ ପକ୍ଷରୁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ର ଅନୁଗୋଳସ୍ଥିତ ଇସ୍ପାତ ପ୍ରକଳ୍ପର ୧୮.୬ ଏମ୍‌ଟିପିଏକୁ ୨୫.୨ ଏମ୍‌ଟିପିଏକୁ ସମ୍ପ୍ରସାରଣ କରାଯିବ। ଏଥିରେ ୨୪,୬୫୨ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ। ଏଥିରେ ୧ହଜାର ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଏହାକୁ ମିଶାଇଲେ ଜିନ୍ଦଲ ଷ୍ଟିଲ୍‌ ପ୍ଲାଣ୍ଟର ପୁଞ୍ଜି ବିନିଯୋଗ ୧,୦୦,୬୭୦ କୋଟିରେ ପହଞ୍ଚିବ। ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ ପକ୍ଷରୁ ଇଣ୍ଟିଗ୍ରେଟେଡ ଷ୍ଟିଲ୍‌ ପ୍ଲାଣ୍ଟ ଲିମିଟେଡ୍‌ ସମ୍ପ୍ରସାରଣ ପାଇଁ ସରକାରଙ୍କୁ ଦିଆଯାଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ଉକ୍ତ ଷ୍ଟିଲ୍‌ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ୨.୮୫ ଏମ୍‌ଏମ୍‌ଟିପିଏରୁ ୭.୫୫ ଏମ୍‌ଏମ୍‌ଟିପିଏକୁ ସମ୍ପ୍ରସାରଣ ହେବ। ଏଥିରେ କମ୍ପାନୀ ପକ୍ଷରୁ ୧୧,୦୦୧ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରାଯିବ। ଏହି ପ୍ରକଳ୍ପରେ ୬,୨୦୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସେହିପରି କମ୍ପାନୀର କେନ୍ଦୁଝର ଜିଲାରେ ଥିବା ଷ୍ଟିଲ୍‌ ପ୍ଲାଣ୍ଟର କ୍ଷମତାକୁ ୦.୫୩ ଏମ୍‌ଏମ୍‌ଟିପିଏରୁ ୩ ଏମ୍‌ଏମ୍‌ଟିପିଏକୁ ବୃଦ୍ଧି କରାଯିବ। ଏଥିରେ ୭,୯୨୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ୫,୧୩୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ।
ଗତ ଆର୍ଥିକ ବର୍ଷରେ କରୋନା ଜାରି ରହିଥିବାବେଳେ ରାଜ୍ୟ ସରକାରଙ୍କ ଉତ୍ତମ ମାନର ଇଜ୍‌ ଅଫ୍‌ ଡୁଇଂ ଯୋଗୁ ୨ଲକ୍ଷ ୯୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ମିଳିଥିଲା ଚଳିତ ବର୍ଷ ମଧ୍ୟ କରୋନା ମହାମାରୀ ଜାରିଥିବା ସତ୍ତ୍ବେ ବଡ଼ ବଡ଼ ଇସ୍ପାତ କମ୍ପାନୀମାନେ ରାଜ୍ୟ ସରକାରଙ୍କ ଶିଳ୍ପନୀତି ପ୍ରତି ପୁଣି ଆସ୍ଥା ପ୍ରକଟ କରିଛନ୍ତି ଗତବର୍ଷଠାରୁ ଏ ପର୍ଯ୍ୟନ୍ତ ରାଜ୍ୟରେ ୪.୪୩ ଲକ୍ଷ କୋଟିର ପୁଞ୍ଜି ନିବେଶ ହୋଇଛି ଏହା ଓଡ଼ିଶାକୁ ଇସ୍ପାତ ହବ୍‌ରେ ପରିଣତ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଭିଜନ୍‌-୨୦୩୦ ଦିଗରେ ଆଉ ଏକ ପଦକ୍ଷେପ।ଉକ୍ତ ୫ଟି ଇସ୍ପାତ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୨୮ ନିୟୁତ ଟନ୍‌ ଅଧିକ ଇସ୍ପାତ ଉତ୍ପାଦନ ହେବ ଏହା ରାଜ୍ୟର ଇସ୍ପାତ ଉତ୍ପାଦନକୁ ୩୦ରୁ ୫୮ ନିୟୁତ ଟନ୍‌ରେ ପହଞ୍ଚାଇବ। ୨୦୩୦ ସୁଦ୍ଧା ଇସ୍ପାତ ଉତ୍ପାଦନ ୧୦୦ ନିୟୁତ ଟନ୍‌ରେ ପହଞ୍ଚିବ ବୋଲି ଅନୁମାନ କରାଯାଇଛି। ଏଠାରେ ସୂଚନାଯୋଗ୍ୟ, ୨୦୦୦ ମସିହାରେ ରାଜ୍ୟର ଇସ୍ପାତ ଉତ୍ପାଦନ ମାତ୍ର ୨ ନିୟତ ଟନ୍‌ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri