Posted inଜାତୀୟ

ଓଡ଼ିଶାର ୩୧ ରେଳଷ୍ଟେଶନରେ ଓଏସ୍‌ଓପି ଆଉଟଲେଟ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ, ୧୩ା୫: ସ୍ବଦେଶୀ ଉତ୍ପାଦକୁ ପ୍ରୋତ୍ସାହନ ଏବଂ ବଞ୍ଚତ୍ତ ବର୍ଗଙ୍କ ଅତିରିକ୍ତ ଆୟ ସୁଯୋଗ ସୃଷ୍ଟି ନିମନ୍ତେ ଓଡ଼ିଶାର ୩୧ଟି ରେଳଷ୍ଟେଶନରେ ଓ୍ବାନ ଷ୍ଟେଶନ ଓ୍ବାନ୍‌ ପ୍ରଡକ୍ଟ (ଓଏସ୍‌ଓପି) ଯୋଜନାରେ ଆଉଟଲେଟ୍‌ ଖୋଲିବା ପାଇଁ ରେଳ ମନ୍ତ୍ରଣାଳୟ ଅନୁମତି ଦେଇଛି। ଏହି ଷ୍ଟେଶନଗୁଡ଼ିକ ମଧ୍ୟରେ ରହିଛି ଭୁବନେଶ୍ୱର, ପୁରୀ, କଟକ, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ବାଲେଶ୍ୱର, ଢେଙ୍କାନାଳ, ରାଉରକେଲା, ରାୟଗଡ଼ା, ଖୋର୍ଦ୍ଧାରୋଡ, ଝାରସୁଗୁଡ଼ା, ହୀରାକୁଦ, ବରଗଡ଼ ରୋଡ। ରାଗି କୁକିଜ୍‌, ରାଗି ବିସ୍କୁଟ, ରାଗି ଗାଣ୍ଠିଆ, କଙ୍ଗୁ କୁକିଂ, ପାର୍ଲ ମିଲେଟ କୁକିଂ ଓ କତା ସାମଗ୍ରୀ ଏହି ଆଉଟଲେଟ୍‌ ଗୁଡ଼ିକରେ ବିକ୍ରି ପାଇଁ ଉପଲବ୍ଧ ହେଉଛି। ୨୦୨୨ ମାର୍ଚ୍ଚ ୨୫ରେ ଏହି ଯୋଜନାରେ ପାଇଲଟ ପ୍ରକଳ୍ପ ଆରମ୍ଭ ହୋଇଥିବାବେଳେ ମେ’ ୧ ସୁଦ୍ଧା ୨୧ ରାଜ୍ୟ ଓ ୩ କେନ୍ଦ୍ରଶାସିତ ଅଞ୍ଚଳର ୭୨୮ ରେଳଷ୍ଟେଶନରେ ୭୮୫ ଓଏସ୍‌ଓପି ଆଉଟଲେଟ୍‌ ଖୋଲାଯାଇଛି। ଏହି ଆଉଟଲେଟ୍‌ଗୁଡ଼ିକରୁ ୨୫,୧୦୯ ଜଣ ସିଧାସଳଖ ଉପକୃତ ହେଉଥିବା ନେଇ ମନ୍ତ୍ରଣାଳୟ ସୂଚନା ଦେଇଛି। କେନ୍ଦ୍ର ସରକାରଙ୍କ ‘ଲୋକାଲ ଫର୍‌ ଭୋକାଲ’ ଦୂରଦୃଷ୍ଟିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟ ନେଇ ଏହି ଯୋଜନା ଆରମ୍ଭ ହୋଇଥିଲା। ଓଏସ୍‌ଓପିର ଆଉଟଲେଟ୍‌ଗୁଡ଼ିକରେ ଆଦିବାସୀଙ୍କ ଦ୍ୱାରା ପ୍ରସ୍ତୁତ କଳାକୃତି, ବୁଣାକାରଙ୍କ ହସ୍ତତନ୍ତ ସାମଗ୍ରୀ ଏବଂ କାଠ ଖୋଦେଇ ଉପକରଣ, ପୋଷାକ, ମସଲାଯୁକ୍ତ ଚା’, କଫି ଏବଂ ଅନ୍ୟ ପ୍ରକ୍ରିୟାକରଣ ହୋଇଥିବା ଖାଦ୍ୟସାମଗ୍ରୀ ବିକ୍ରି ପାଇଁ ଉପଲବ୍ଧ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?