Posted inଜାତୀୟ

ଆନ୍ତଃ ସେବା ସଙ୍ଗଠନ ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୯ା୮(ପି.ଟି.): ଆନ୍ତଃ ସେବା ସଂଗଠନ ବିଲ୍‌ ମଙ୍ଗଳବାର ପାର୍ଲାମେଣ୍ଟର ମଞ୍ଜୁରୀ ଲାଭ କରିଛି। ଆନ୍ତଃ ସେବା ସଂଗଠନଗୁଡ଼ିକର କମାଣ୍ଡର-ଇନ୍‌-ଚିଫ୍‌ ଏବଂ ଅଫିସର-ଇନ୍‌-କମାଣ୍ଡଙ୍କୁ ଉକ୍ତ ପ୍ରତିଷ୍ଠାନ ଅଧୀନରେ ଅନ୍ୟ ସୁରକ୍ଷା ବଳରେ କାର୍ଯ୍ୟରତ କର୍ମଚାରୀଙ୍କ ଉପରେ ଶୃଙ୍ଖଳାଗତ ଓ ପ୍ରଶାସନିକ କ୍ଷମତା ଦେବା ଏହି ବିଲ୍‌ର ଉଦ୍ଦେଶ୍ୟ। ମଙ୍ଗଳବାର ରାଜ୍ୟ ସଭାରେ ଧ୍ୱନିମତରେ ଉକ୍ତ ବିଲ୍‌ ଗୃହୀତ ହୋଇଛି। ଗତ ୪ ତାରିଖରେ ଲୋକ ସଭା ଏହାକୁ ଅନୁମୋଦନ କରିଥିଲା। ବିଲ୍‌ ଉପରେ ଆଲୋଚନାରେ ଭାଗନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଥିଲେ, ଯେକୌଣସି ଯୁଦ୍ଧ ଲଢ଼ିବାକୁ ଭାରତ ପୂର୍ଣ୍ଣ ପ୍ରସ୍ତୁତ। ଆବଶ୍ୟକ ପଡ଼ିଲେ ଦେଶର ପ୍ରତିରକ୍ଷା ବ୍ୟୟ ଜିଡିପିର ୫ରୁ ୬ ପ୍ରତିଶତକୁ ବୃଦ୍ଧି କରାଯିବ। ସଶସ୍ତ୍ର ବଳରେ ଖାଲି ପଦବୀ ପୂରଣ କରିବା ଏକ ନିୟମିତ ଧାରା। ଦେଶର ସାମୁଦ୍ରିକ ସ୍ବାର୍ଥ ପୂର୍ଣ୍ଣ ସୁରକ୍ଷିତ। ଏଥିରେ ଗୃହ ବିବ୍ରତ ହେବାର କୌଣସି କାରଣ ନାହିଁ। ଦେଶର ନିରାପତ୍ତା ସମେତ ଦେଶର ଗର୍ବ ଗୌରବର ସୁରକ୍ଷାରେ କୌଣସି କମି ହେବାକୁ ଦିଆଯିବ ନାହିଁ। ଏଥିପାଇଁ ସମସ୍ତ ଉଦ୍ୟମ କରାଯାଇଥିବା ରାଜନାଥ କହିଥିଲେ। ବିଲ୍‌ ଆଲୋଚନା ବେଳେ ବିରୋଧୀ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ। ଆଲୋଚନାରେ ଭାଜପାର କାମାକ୍ଷା ପ୍ରସାଦ ତାସା, ବିଜେଡିର ସୁଜାତା କୁମାର, ଟିଡିପିର କନକମେଡଲା ରବୀନ୍ଦ୍ର କୁମାର, ଏଆଇଏଡିଏମ୍‌କେର ଏମ୍‌ ଥମ୍ବିଦୁରାଇ, ଓ୍ବାଇଏସ୍‌ଆର୍‌ସିପିର ଭି. ବିଜୟସାଇ ରେଡ୍ଡୀ, ଟିଏମ୍‌ସି(ଏମ୍‌)ର ଜି.କେ. ଭାସନ ପ୍ରମୁଖ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri