ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆପ୍‌ର ବିକ୍ଷୋଭ

ଛତ୍ରପୁର,୨୮।୨(ଡି.ଏନ୍‌.ଏ.): ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସ୍ଥାୟୀ ଚାକିରି ଓ ଦରମା ବୃଦ୍ଧି ଦାବି ନେଇ ଆମ ଆଦମୀ ପାର୍ଟି ପକ୍ଷରୁ ମଙ୍ଗଳବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏନେଇ ଏକ ଦାବିପତ୍ର ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା । ମିଶନ ଶକ୍ତିରେ ସହାୟକ ଷ୍ଟାଫ ଭାବରେ କାମ କରୁଥିବା ଏମ୍‌ବିକେ, ସିଆର୍‌ପି, ପ୍ରାଣୀମିତ୍ର, କୃଷିମିତ୍ର, ବ୍ୟାଙ୍କମିତ୍ର ଦୀର୍ଘ ଦିନ ଧରି କାମ କରୁଛନ୍ତି । ହେଲେ ସେମାନଙ୍କୁ ସ୍ଥାୟୀ କରରାଯାଇ ନାହିଁ । ଏଥିସହ ଦରମା ବୃଦ୍ଧି କରାଯାଉ ନ ଥିବା ପ୍ରତିବାଦରେ ଆମ ଆଦମୀ ପାର୍ଟି ପକ୍ଷରୁ କ୍ଷୋଭ ପ୍ରଦର୍ଶନ କରାଯାଇଛି। ଆଗାମୀ ଦିନରେ ଦାବି ପୂରଣ ନକରା ନ ଗଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ଚେତାବନୀ ଦିଆଯାଇଛି।
ଏଥିସହ ଦିଲ୍ଳୀର ଶିକ୍ଷାମନ୍ତ୍ରୀ ସିସୋଡିଆଙ୍କ ଗିରଫକୁ ନିନ୍ଦା ସହ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରାଯାଇଛି । ଆନ୍ଦୋଳନରେ ଦଳର ଜିଲା ସଭାପତି ସୁବାସ ଚନ୍ଦ୍ର ରାଉସ, ସମ୍ପାଦକ ଆଦିତ୍ୟ କୁମାର ରଥ, ଉପସଭାପତି ସୁଧୀର କୁମାର ପ୍ରଧାନ, ମହିଳା ସଭାନେତ୍ରୀ ନିବେସ୍ମିତା ପ୍ରଧାନ ପ୍ରମୁଖ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?