ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ (ଅର୍ଥନୈତିକ ଶାଖା) ପକ୍ଷରୁ ଚାଲିଛି। ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ର ସମେତ ୪ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ଶୁକ୍ରବାର ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ବ୍ୟାପକ ଆର୍ଥିକ ଅନିୟମତତା ହୋଇଥିବା ନେଇ ସଂସ୍ଥାର ତତ୍କାଳୀନ ସଭାପତି ଓ ସମ୍ପାଦକଙ୍କୁ ଗିରଫ କରିଥିଲେ। ପରେ ତଦନ୍ତ ବେଳେ ଏହି ସଂସ୍ଥାରୁ ବହୁ ଅର୍ଥ ଦେଣ ନେଣ କରିଥିବା ଅଭିଯୋଗରେ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରାଯାଇଥିଲା।

ଏହି ଘଟଣାର ବିଚାର ବାଲେଶ୍ୱର ସ୍ବତନ୍ତ୍ର କୋର୍ଟରେ ଚାଲିଥିବାବେଳେ ପୂର୍ବରୁ ରାଜାଙ୍କୁ ରିମାଣ୍ଡରେ ନେଇ ତଦନ୍ତକାରୀ ସଂସ୍ଥା ପଚରାଉଚରା କରିଥିଲା। ଅନ୍ୟପକ୍ଷରେ ଉକ୍ତ ଘଟଣାରେ ଗିରଫ ହୋଇଥିବା ରାଜାଙ୍କ ଜାମିନ ଶୁଣାଣି ଅଗ୍ରାହ୍ୟ ହୋଇଥିବାବେଳେ ଏବେ ଉଚ୍ଚ ନ୍ୟାୟାଳୟରେ ଜାମିନ ଆବେଦନ ହୋଇଥିବା ସୂଚନା ମିଳିଛି। ତେବେ ଏଜେନ୍ସିରେ ହୋଇଥିବା ଥିବା ଘୋଟାଲାକୁ ନେଇ ହୋଇଥିବା ସ୍ବତନ୍ତ୍ର ଅଡିଟ୍‌କୁ ତଦନ୍ତକାରୀ ସଂସ୍ଥା ପ୍ରାଧାନ୍ୟ ଦେଇ ରିପୋର୍ଟରେ ଦର୍ଶାଯାଇଥିବା ଅଭିଯୁକ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରୁନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ବିରୋଧୀ ମତବ୍ୟକ୍ତ କରୁଛନ୍ତି। କାରଣରେ ଉକ୍ତ ରିପୋର୍ଟରେ ଦର୍ଶାଯାଇଥିବା ଅଭିଯୁକ୍ତମାନେ ଏବେ ଶାସକ ଦଳରେ ସାମିଲ ହୋଇଥିବାରୁ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉନାହିଁ। ସେହିପରି ପୂର୍ବରୁ ତଦନ୍ତ ହେଲେ ବହୁ ବଡ଼ବଡ଼ ନେତାଙ୍କ ମୁଖା ଖୋଲିଯାଇଥାନ୍ତା। ଏଣୁ ସେ ସମୟର ଅଡିଟ୍‌ ରିପୋର୍ଟକୁ ପାଳନ କରାଯାଇ ମାମଲା ରୁଜୁ କରାଯାଇଥିଲେ ବା ଏହା ବନ୍ଦ କରାଯାଇଥିଲେ ଏଭଳି ପରିସ୍ଥିତି ଉପୁଜି ନ ଥାନ୍ତା ବୋଲି ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri