ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ ହାଟଡିହୀ ବ୍ଲକର ଜଳକଳଙ୍ଗ ଗ୍ରାମର ରବି ଜେନାଙ୍କ ପୁଅ ମାନସକୁ ପୋଲିସ ମଙ୍ଗଳବାର ଗିରଫ କରିଛି। ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା କହିଛନ୍ତି। ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି କହିଛନ୍ତ, ଅଭିଯୁକ୍ତ ମାନସ ଘଟଣା ଦିନରୁ ଫେରାର ଥିଲା। ମଙ୍ଗଳବାର ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଅଭିଯୁକ୍ତ ମାନସ ରହୁଥିବା ସ୍ଥାନରେ ଚଢ଼ାଉ କରି ତାକୁ ଗିରଫ କରାଯାଇଛ। ସୂଚନା ଯୋଗ୍ୟ, କାର୍ଯ୍ୟରତ ଏପିଆର କନେଷ୍ଟବଳଙ୍କୁ ଦୁଇ ଅଭିଯୁକ୍ତ ଦିଲ୍ଲୀପ ନାୟକ ଏବଂ ମାନସ କୁମାର ଜେନା ଆକ୍ରମଣ କରିଥିଲେ l ଫଳରେ ସେମାନଙ୍କ ବିରୋଧରେ ମାମଲା ନଂ ୧୨୯/୨୦୨୬ ରୁଜୁ ହୋଇଥିଲା l ଗତ ୩୧ ମାର୍ଚ୍ଚ ୨୦୨୬ ରେ ଦିଲ୍ଲୀପଙ୍କୁ ପୋଲିସ ଗିରଫ କରିଥିଲା l

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri