ଉଠାଦୋକାନୀଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ଅପରାଜିତା

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ଓଡ଼ିଶାକୁ ବିଶ୍ୱ ଦରବାରରେ ପ୍ରସିଦ୍ଧ କରିବା ପାଇଁ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହୋଇଥିଲା ହକି ବିଶ୍ୱକପ୍‌। ସେହି ସମୟରେ ଉଠାଦୋକାନୀ ଆଇନ ଓ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ନ ମାନି ବିଏମ୍‌ସି କର୍ତ୍ତୃପକ୍ଷ ସମସ୍ତ ଉଠାଦୋକାନୀଙ୍କୁ ଉଚ୍ଛେଦ କରି ଦେଇଥିଲେ। ଭୁବନେଶ୍ୱରରେ ପ୍ରାୟ ୩୨ହଜାର ଉଠାଦୋକାନୀ ଥିବାବେଳେ କେବଳ ଉତ୍ତର ନିର୍ବାଚନ ମଣ୍ଡଳୀରେ ୬ହଜାରରୁ ଅଧିକ ଉଠାଦୋକାନୀଙ୍କୁ ଉଚ୍ଛେଦ କରାଯାଇଥିଲା। ସହରର ସୌନ୍ଦର୍ଯ୍ୟକରଣ ନାମରେ ସେମାନଙ୍କ ଜୀବନ ଜୀବିକା ଦୁର୍ବିସହ କରାଯାଇଥିଲା। ନିର୍ବାଚନ ସମୟରେ ଏହାର ଠିକଣା ଜବାବ ଦେବାକୁ ସମ୍ପୃକ୍ତ ବ୍ୟବସାୟୀମାନେ ଚେତାବନୀ ଦେଇଛନ୍ତି। ସୋମବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏନେଇ ସେମାନଙ୍କ ସହ ଆଲୋଚନା କରିଥିଲେ। ଉଠାଦୋକାନ ଭାଙ୍ଗିବାର କୌଣସି ଅଧିକାର ବିଏମସି ବା ସରକାରଙ୍କର ନାହିଁ। ପୁଣି ଥଇଥାନ ନ କରି ଭାଙ୍ଗିବା ସମ୍ପୃର୍ଣ୍ଣ ଅନ୍ୟାୟ। ତେଣୁ ଏହାର ଜବାବ ଦେବା ପାଇଁ ଚଳିତ ସାଧାରଣ ନିର୍ବାଚନରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ ଏମ୍‌ପିଙ୍କୁ ବିଜୟୀ କରିବାକୁ ପଡିବ ବୋଲି ଅପରାଜିତା କହିଥିଲେ। ଭାଜପା ବିଧାୟକ ଏବଂ ଏମ୍‌ପି ଆସିଲେ ଗୋଟିଏ ବି ଉଠାଦୋକାନ ଭାଙ୍ଗିବ ନାହିଁ ଏବଂ ସମସ୍ତଙ୍କୁ ଥଇଥାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ଅପରପକ୍ଷେ ସମ୍ପୃକ୍ତ ଦୋକାନୀଙ୍କ ମଧ୍ୟରୁ କେତେଜଣ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଇଥିବାବେଳେ ଆଉ କେହି ଅଟୋ ଚଳାଇ, ମଜୁରୀ ଲାଗି ପରିବାର ପ୍ରତିପୋଷଣ କରୁଛନ୍ତି। ସେହିପରି ଉଚ୍ଛେଦ ସମୟରେ କୋଟିକୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବାବେଳେ ସମ୍ପୃକ୍ତ ବ୍ୟବସାୟୀମାନେ ଋଣଗ୍ରସ୍ତ ହୋଇ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ସେମାନେ କହିଥିଲେ। ଅପରାଜିତା ସେମାନଙ୍କ ଦୁଃଖ ଶୁଣିବା ସହ ସେମାନଙ୍କୁ ନିଜ ପକ୍ଷକୁ ଆଣିବାକୁ ମଧ୍ୟ ଚେଷ୍ଟା କରିଥିଲେ। ଏନେଇ ଉଠାଦୋକାନୀ ମହାସଂଘ ରାଜ୍ୟ ସଭାପତି ପ୍ରତାପ ସାହୁ କହିଛନ୍ତି, ଦୋକାନୀଙ୍କ ଥଇଥାନ ପାଇଁ ଅନେକ ସମୟରେ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରାଯାଇଛି। ଆଗକୁ ମଧ୍ୟ ଆଲୋଚନା କରାଯାଇ ଏହାର ସମାଧାନର ବାଟ ବାହାରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri