Posted inରାଜ୍ୟ

ଏପ୍ରିଲ ୧୭ରେ ବିଜୁ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହେବ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ରାଜ୍ୟସ୍ତରରେ ତଥା ନିର୍ବାଚନମଣ୍ଡଳୀସ୍ତରରେ କୋଭିଡ୍‌ ନିୟମ ଅନୁଯାୟୀ ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମୀ ଓ ନେତାମାନଙ୍କୁ ଆହ୍ବାନ କରିଛନ୍ତି। ଏ ନେଇ ନବୀନ ପୁରୀ ଜିଲା ବ୍ୟତୀତ ସମସ୍ତ ରାଜ୍ୟ କର୍ମକର୍ତ୍ତା, ଏମ୍‌ପି, ବିଧାୟିକା, ବିଧାୟକ, ଜିଲା ସଭାପତି, ଜିଲା ପର୍ଯ୍ୟବେକ୍ଷକ, ଜିଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ପୌର ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ବ୍ଲକ ସଭାପତି ଓ ନଗର ସଭାପତିଙ୍କୁ ମଙ୍ଗଳବାର ଚିଠି ଲେଖିଛନ୍ତି।
ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି, ପ୍ରତିବର୍ଷ ବିଜୁ ଜନତା ଦଳ ବିଜୁବାବୁଙ୍କ ତିରୋଧାନ ଦିବସକୁ ନିରାଡ଼ମ୍ବର ଭାବେ ପାଳନ କରିଆସୁଛି। ବିଜୁ ପଟ୍ଟନାୟକ ଥିଲେ ସେବା, ତ୍ୟାଗ ଏବଂ ସ୍ବାଭିମାନର ପ୍ରତୀକ। ପ୍ରତ୍ୟେକ ଓଡ଼ିଆଙ୍କ ମୁହଁରେ ହସ ଫୁଟାଇବା, ଦାରିଦ୍ର୍ୟ ବିରୋଧରେ ନିରବିଚ୍ଛିନ୍ନ ସଂଗ୍ରାମ ସହିତ ଓଡ଼ିଶାର ସର୍ବାଙ୍ଗୀନ ବିକାଶ, ଶିଳ୍ପ ସମୃଦ୍ଧି, ଯୁବଶକ୍ତିର ସଦୁପଯୋଗ, ମହିଳା ସଶକ୍ତୀକରଣ, ଉତ୍କଳୀୟ ସ୍ବାଭିମାନ ରକ୍ଷା, ସାମାଜିକ ଏବଂ ଅର୍ଥନୈତିକ ପ୍ରଗତି ସହିତ ନିର୍ଭୀକତାର ସହ ନ୍ୟାଯ୍ୟ ଦାବି ହାସଲ ପାଇଁ ବିଜୁବାବୁ ନିରବଚ୍ଛିନ୍ନ ସଂଗ୍ରାମରତ ଥିଲେ। ବିଜୁବାବୁଙ୍କ ସେବା, ତ୍ୟାଗ ଓ କର୍ମମୟ ଜୀବନର ଅତୁଳନୀୟ ଆଲେଖ୍ୟ ବିନା ଆମ ଜାତିର ଇତିହାସ ଅସମ୍ପୂର୍ଣ୍ଣ ।
ଏବର୍ଷ ଏହି ମହତ୍‌ପୁରୁଷଙ୍କ ପବିତ୍ର ଶ୍ରାଦ୍ଧ ଦିବସକୁ ରାଜ୍ୟ ସରକାର ଏବଂ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ କୋଭିଡ୍‌ କଟକଣା ସହ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଦିବସରେ ବିଜୁ ଜନତା ଦଳର ପ୍ରତ୍ୟେକ ସଦସ୍ୟ ବିଜୁବାବୁଙ୍କ ଅଭିଳଷିତ ଓଡ଼ିଶା ଗଠନ ନିମନ୍ତେ ଏକ ମନପ୍ରାଣ ହୋଇ କାର୍ଯ୍ୟ କରିବା ନିମନ୍ତେ ସଂକଳ୍ପବଦ୍ଧ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ରାଜ୍ୟବାସୀଙ୍କ ପ୍ରତି ରହିଥିବା ସାମାଜିକ ପ୍ରତିବଦ୍ଧତାର ପରିପାଳନ ନିମନ୍ତେ ଓଡ଼ିଶା ମୋ ପରିବାର ତରଫରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଆୟୋଜନ କରାଯିବା ସହିତ ପ୍ରତ୍ୟେକ ସ୍ଥାନରେ ଲୋକଙ୍କୁ ମାସ୍କର ବାଧ୍ୟତାମୂଳକ ବ୍ୟବହାର ଏବଂ କୋଭିଡ୍‌ ନିୟମ କଡ଼ାକଡ଼ି ଭାବେ ପାଳନ କରିବା ନିମନ୍ତେ ସଚେତନ କରାଯିବ।
ଆମ ରାଜ୍ୟ ଓ ଦେଶ ଏବେ କଷ୍ଟକର ସମୟ ଦେଇ ଗତିକରୁଛି। ବିଜୁବାବୁ ସବୁବେଳେ ଲୋକ ସେବାକୁ ସର୍ବାଧିକ ଗୁରୁତ୍ୱାରୋପ କରୁଥିଲେ। ଆମେ କୋଭିଡ୍‌ ସମୟରେ ଏହି ସେବା ମନୋଭାବକୁ ଆହୁରି ପରିବର୍ଦ୍ଧିତ କରିପାରିବା । ସମଗ୍ର ଓଡ଼ିଶାକୁ ଗୋଟିଏ ପରିବାର ଭାବେ ବିବେଚନା କରି ନିଜର ସାରା ଜୀବନ ଓଡ଼ିଶାବାସୀଙ୍କ କଲ୍ୟାଣ ଏବଂ ସଶକ୍ତୀକରଣ ନିମନ୍ତେ ଉତ୍ସର୍ଗ କରିଥିବା ବିଜୁବାବୁଙ୍କ ପ୍ରତି ଏହା ହିଁ ଆମର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?