ଏପ୍ରିଲ ୩ରେ ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଓ ବରଗଡ଼ ଜିଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ର କାର୍ଯ୍ୟକାଳ ଏପ୍ରିଲ ୧୨ ତାରିଖରେ ଶେଷ ହେଉଛି। ଏହା ପୂର୍ବରୁ ଏହି ଦୁଇ ସ୍ଥାନରେ ନିର୍ବାଚନ କରିବା ପାଇଁ ତାରିଖ ଘୋଷଣା କରାଯାଇଛି। ଏପ୍ରିଲ ୩ରେ ଏହି ୨ ଏନ୍‌ଏସି ପାଇଁ ଭୋଟ୍‌ ଗ୍ରହଣ କରାଯିବ। ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ମଙ୍ଗଳବାରଠାରୁ ଭୋଟ୍‌ ଗଣତି ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ୍‌ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ସମ୍ପୃକ୍ତ ଏନ୍‌ଏସିରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି।
ଏହି ନିର୍ବାଚନ ପାଇଁ ମାର୍ଚ୍ଚ ୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୯ରୁ ପ୍ରାର୍ଥୀମାନେ ନାମାଙ୍କପତ୍ର ଦାଖଲ କରିପାରିବେ। ଏହା ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଚାଲିବ। ୧୭ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୨୦ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ। ଏପ୍ରିଲ ୩ରେ ଭୋଟ୍‌ ଗ୍ରହଣ ହେବ। ଏପ୍ରିଲ ୫ରେ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ। ଏହା ପରେ ଏପ୍ରିଲ ୧୯ରେ ଏନ୍‌ଏସି ଉପାଧ୍ୟକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri