୭ ବର୍ଷରେ ଏପ୍ରିଲ ତାପମାତ୍ରା ୪ ଡିଗ୍ରୀ ବଢ଼ିଛି

ବୁଏନ୍ସ ଏୟାର୍ସ, ୨୧।୪: ୨୦୨୫ ଏପ୍ରିଲରେ ଭାରତ ଓ ପାକିସ୍ତାନରେ ଗ୍ରୀଷ୍ମପ୍ରବାହ ସୀମା ଟପିଛି। ଏକ ନୂଆ ଅନ୍ତର୍ଜାତୀୟ ବୈଜ୍ଞାନିକ ବିଶ୍ଳେଷଣ ଅନୁଯାୟୀ, ବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧ ବେଳେ ୨ ପଡ଼ୋଶା ଦେଶରେ ଯେତିକି ଗରମ ଅନୁଭୂତ ହେଉଥିଲା, ବର୍ତ୍ତମାନ ତହିଁରୁ ୪ ଡିଗ୍ରୀ ଅଧିକ ତାପମାତ୍ରା ବୃଦ୍ଧି ପାଇଛି। ପାଣିପାଗ ସଙ୍ଗଠନ ସମୂହ କ୍ଲାଇମା ମିଟର ପକ୍ଷରୁ କରାଯାଇଥିବା ଅନୁଧ୍ୟାନରୁ ଜଣାପଡ଼ିଛି ଯେ, ୧୯୫୦-୧୯୮୬ ତୁଳନାରେ ୧୯୮୭-୨୦୨୩ ଏପ୍ରିଲର ତାପମାତ୍ରାରେ ଅହେତୁକ ବୃଦ୍ଧି ଘଟିଥିଲା। ଏହାର ପରବର୍ତ୍ତୀ ବର୍ଷର ସମାନ ଅବଧି ଅର୍ଥାତ ଚଳିତ ଏପ୍ରିଲ ମାସରେ ପୂର୍ବାପେକ୍ଷା ଆହୁରି ଉତ୍ତପ୍ତ ବୋଲି ପାଣିପାଗ ଗବେଷକ ସୂଚନା ଦେଇଛନ୍ତି।
ମାନବ ପ୍ରେରିତ ଜଳବାୟୁ ପରିବର୍ତ୍ତନ ତାପମାତ୍ରା ବୃଦ୍ଧିର ମୁଖ୍ୟ କାରଣ ହୋଇଥିବା ନେଇ ଏହି ଅଧ୍ୟୟନରେ ଗବେଷକମାନେ କହିଛନ୍ତି। ଅଧ୍ୟୟନର ଗବେଷକ ଜିଆନ୍‌ମାକୋ ମେଙ୍ଗାଲଡୋ କହିଛନ୍ତି, ଚଳିତ ବସନ୍ତ ଋତୁରେ ଭାରତ ଏବଂ ପାକିସ୍ତାନରେ ଦେଖାଦେଇଥିବା ଗ୍ରୀଷ୍ମ ଲହରି ଜଳବାୟୁ ପରିବର୍ତ୍ତନର ଚିନ୍ତାଜନକ ପ୍ରଭାବକୁ ସୂଚିତ କରୁଛି। ଏହା ସମଗ୍ର ଅଞ୍ଚଳର ଅନେକ କୋଟି ଲୋକଙ୍କୁ ଗଭୀର ଭାବେ ପ୍ରଭାବିତ କରିଛି। ଏପ୍ରିଲରେ ହିଟ୍‌ଓ୍ବେଭ ସ୍ଥିତି ଯୋଗୁ ଉଭୟ ଭାରତ ଏବଂ ପାକିସ୍ତାନରେ ଗ୍ରୀଷ୍ମଜନିତ ରୋଗର ମାମଲାରେ ବୃଦ୍ଧି ଘଟିଥିବାବେଳେ କୃଷି ଉତ୍ପାଦନରେ ବ୍ୟାପକ ବାଧା ସୃଷ୍ଟି ହେବା ସହ ଗୁରୁତର ଜଳାଭାବ ଦେଖାଦେଇଥିବା। ଚଳିତ ଏପ୍ରିଲ ମଧ୍ୟଭାଗରେ ଉଭୟ ଦେଶର ଗ୍ରୀଷ୍ମ ଲହରି ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଏପ୍ରିଲ ୧୪ ଏବଂ ୧୫ରେ ପାକିସ୍ତାନର ବେଲୁଚିସ୍ତାନ ଅନ୍ତର୍ଗତ କେତେକ ଅଞ୍ଚଳର ତାପମାତ୍ରା ୪୯ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ପହଞ୍ଚିଥିବା ନେଇ ଏହି ଅଧ୍ୟୟନରେ କୁହାଯାଇଛି। ସେହିପରି ଅସ୍ବାଭାବିକ ଭାବେ ଶୀଘ୍ର ଆରମ୍ଭ ହୋଇଥିବା ଚଳିତ ବର୍ଷର ଗ୍ରୀଷ୍ମ ପ୍ରବାହକୁ ନେଇ ଉଭୟ ଦେଶର ଜନସାଧାରଣ ଏବଂ ପ୍ରଶାସନ ପ୍ରସ୍ତୁତ ନ ଥିଲେ। ଫଳରେ ଅନେକ ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ସ୍ଥିତି ଦେଖାଦେଇଛି, ଯାହା ସ୍ଥାନୀୟ ଲୋକଙ୍କୁ ସମସ୍ୟାରେ ପକାଇଥିବା ଏହି ଅଧ୍ୟୟନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri