୭ ବର୍ଷରେ ଏପ୍ରିଲ ତାପମାତ୍ରା ୪ ଡିଗ୍ରୀ ବଢ଼ିଛି

ବୁଏନ୍ସ ଏୟାର୍ସ, ୨୧।୪: ୨୦୨୫ ଏପ୍ରିଲରେ ଭାରତ ଓ ପାକିସ୍ତାନରେ ଗ୍ରୀଷ୍ମପ୍ରବାହ ସୀମା ଟପିଛି। ଏକ ନୂଆ ଅନ୍ତର୍ଜାତୀୟ ବୈଜ୍ଞାନିକ ବିଶ୍ଳେଷଣ ଅନୁଯାୟୀ, ବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧ ବେଳେ ୨ ପଡ଼ୋଶା ଦେଶରେ ଯେତିକି ଗରମ ଅନୁଭୂତ ହେଉଥିଲା, ବର୍ତ୍ତମାନ ତହିଁରୁ ୪ ଡିଗ୍ରୀ ଅଧିକ ତାପମାତ୍ରା ବୃଦ୍ଧି ପାଇଛି। ପାଣିପାଗ ସଙ୍ଗଠନ ସମୂହ କ୍ଲାଇମା ମିଟର ପକ୍ଷରୁ କରାଯାଇଥିବା ଅନୁଧ୍ୟାନରୁ ଜଣାପଡ଼ିଛି ଯେ, ୧୯୫୦-୧୯୮୬ ତୁଳନାରେ ୧୯୮୭-୨୦୨୩ ଏପ୍ରିଲର ତାପମାତ୍ରାରେ ଅହେତୁକ ବୃଦ୍ଧି ଘଟିଥିଲା। ଏହାର ପରବର୍ତ୍ତୀ ବର୍ଷର ସମାନ ଅବଧି ଅର୍ଥାତ ଚଳିତ ଏପ୍ରିଲ ମାସରେ ପୂର୍ବାପେକ୍ଷା ଆହୁରି ଉତ୍ତପ୍ତ ବୋଲି ପାଣିପାଗ ଗବେଷକ ସୂଚନା ଦେଇଛନ୍ତି।
ମାନବ ପ୍ରେରିତ ଜଳବାୟୁ ପରିବର୍ତ୍ତନ ତାପମାତ୍ରା ବୃଦ୍ଧିର ମୁଖ୍ୟ କାରଣ ହୋଇଥିବା ନେଇ ଏହି ଅଧ୍ୟୟନରେ ଗବେଷକମାନେ କହିଛନ୍ତି। ଅଧ୍ୟୟନର ଗବେଷକ ଜିଆନ୍‌ମାକୋ ମେଙ୍ଗାଲଡୋ କହିଛନ୍ତି, ଚଳିତ ବସନ୍ତ ଋତୁରେ ଭାରତ ଏବଂ ପାକିସ୍ତାନରେ ଦେଖାଦେଇଥିବା ଗ୍ରୀଷ୍ମ ଲହରି ଜଳବାୟୁ ପରିବର୍ତ୍ତନର ଚିନ୍ତାଜନକ ପ୍ରଭାବକୁ ସୂଚିତ କରୁଛି। ଏହା ସମଗ୍ର ଅଞ୍ଚଳର ଅନେକ କୋଟି ଲୋକଙ୍କୁ ଗଭୀର ଭାବେ ପ୍ରଭାବିତ କରିଛି। ଏପ୍ରିଲରେ ହିଟ୍‌ଓ୍ବେଭ ସ୍ଥିତି ଯୋଗୁ ଉଭୟ ଭାରତ ଏବଂ ପାକିସ୍ତାନରେ ଗ୍ରୀଷ୍ମଜନିତ ରୋଗର ମାମଲାରେ ବୃଦ୍ଧି ଘଟିଥିବାବେଳେ କୃଷି ଉତ୍ପାଦନରେ ବ୍ୟାପକ ବାଧା ସୃଷ୍ଟି ହେବା ସହ ଗୁରୁତର ଜଳାଭାବ ଦେଖାଦେଇଥିବା। ଚଳିତ ଏପ୍ରିଲ ମଧ୍ୟଭାଗରେ ଉଭୟ ଦେଶର ଗ୍ରୀଷ୍ମ ଲହରି ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଏପ୍ରିଲ ୧୪ ଏବଂ ୧୫ରେ ପାକିସ୍ତାନର ବେଲୁଚିସ୍ତାନ ଅନ୍ତର୍ଗତ କେତେକ ଅଞ୍ଚଳର ତାପମାତ୍ରା ୪୯ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ପହଞ୍ଚିଥିବା ନେଇ ଏହି ଅଧ୍ୟୟନରେ କୁହାଯାଇଛି। ସେହିପରି ଅସ୍ବାଭାବିକ ଭାବେ ଶୀଘ୍ର ଆରମ୍ଭ ହୋଇଥିବା ଚଳିତ ବର୍ଷର ଗ୍ରୀଷ୍ମ ପ୍ରବାହକୁ ନେଇ ଉଭୟ ଦେଶର ଜନସାଧାରଣ ଏବଂ ପ୍ରଶାସନ ପ୍ରସ୍ତୁତ ନ ଥିଲେ। ଫଳରେ ଅନେକ ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ସ୍ଥିତି ଦେଖାଦେଇଛି, ଯାହା ସ୍ଥାନୀୟ ଲୋକଙ୍କୁ ସମସ୍ୟାରେ ପକାଇଥିବା ଏହି ଅଧ୍ୟୟନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri